ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

‌ଡେଙ୍ଗୁ ପାଇଁ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ

0

ଭୁବନେଶ୍ବର: ଡେଙ୍ଗୁ ପାଇଁ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍‌ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ। ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ସତର୍କତା ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଜିଲ୍ଲା ଓ ମ୍ୟୁନିସିପାଲଟି ସ୍ତରରେ ସବୁ ଅଂଶୀଦାରମାନଙ୍କୁ ନେଇ ବୈଠକ କରି ଏକ ଯୁଗ୍ମ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିବାକୁ ଗୁରୁତ୍ବ ଦିଆଯାଇଛି। ଜନସାଧାରଣଙ୍କୁ ସଚେତନ କରିବା ସହ କୀଟ ନିୟନ୍ତ୍ରଣ କାର୍ଯ୍ୟକ୍ରମ ପାଇଁ ଅନ୍ୟ ସହଯୋଗୀ ବିଭାଗ ସହ ସମନ୍ବୟ ରକ୍ଷା କରିବାକୁ କୁହାଯାଇଛି। ଟେଣ୍ଟିଂ, ଚିକିତ୍ସା ଓ ଠିକ୍ ସମୟରେ ରେଫରାଲକୁ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ଓ ବ୍ଲକ ଆରଆରଟି ଦଳ ପ୍ରସ୍ତୁତ ରହିବେ।

ହସ୍ପିଟାଲରେ ସ୍ବତନ୍ତ୍ର ଡେଙ୍ଗୁ ୱାର୍ଡ ଖୋଲିବା ସହ ସାପ୍ତାହିକ ସାଇନ-ଏ-ଡାଏ ପାଳନ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ପାଖାପାଖି ୩ ଶହରୁ ଅଧିକ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି। ଏଥିରୁ ଜିଲ୍ଲାର ୫୦ ପ୍ରତିଶତ ରୋଗୀ କେବଳ ଭୁବନେଶ୍ୱରରୁ ବାହାରିଥିବା ଜଣାପଡିଛି।

Leave A Reply

Your email address will not be published.