ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

୫ଟି ପ୍ରସ୍ତାବ ଉପରେ ଲାଗିଲା କ୍ୟାବିନେଟ ମୋହର

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ସବୁଠୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ସର୍ବନିମ୍ନ ମଜୁରୀ ସଂଶୋଧନ ପ୍ରସ୍ତାବରେ ମୋହର ବାଜିଛି। ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ଏଥିସହ ଶ୍ରମିକଙ୍କ ବ୍ୟତୀତ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଧ୍ୟ ମଜୁରୀ ବଢ଼ିଛି। ଅଣକୁଶଳୀଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବଢ଼ିବା ସହ କୁଶଳୀଙ୍କ ମଜୁରୀ ୩୯୨ରୁ ୫୦୦ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୫୦୨ରୁ ୬୦୦କୁ ବୃଦ୍ଧି କରବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସେହିଭଳି ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର ସ୍ବତନ୍ତ୍ର ପାଣ୍ଠି ପ୍ରସ୍ତାବରେ ମୋହର ମାରିଛନ୍ତି ମୋହନ ସରକାର। ରାଜ୍ୟରେ ଓ ଅସ୍ମିତା ଭବନ ଗଠନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର। ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ତାଳ ପାତ୍ର ପୋଥି ସଂଗ୍ରହ, କଳାକାର ଗୌରବ ନିଧି ଯୋଜନା, ଜାତୀୟ ବିଶ୍ୱ ବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ପାଇଁ ସ୍ଥିର କରାଯାଇଛି। କ୍ୟାବିନେଟ ବୈଠକରେ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ଉତ୍ସବ ମାନ୍ୟତା ପ୍ରସ୍ତାବରେ ମୋହର ବାଜିଥିବା ବେଳେ ୨୦ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏଥିମଧ୍ୟରୁ ୧୮ ହଜାର ୭୮୮ ଜଣ ପ୍ରାର୍ଥୀଙ୍କ ଚୟନ ଓ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହାସହ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରିବାକୁ କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ଯାହାଦ୍ୱାରା ଉଠା ଜଳସେଚନର ବିଭାଗର ୨୦୬୫ ଗୋଟି ଅଚଳ ପ୍ରକଳ୍ପ ସଚଳ ହେବ। ୫ ବର୍ଷ ଭିତରେ ୧୦୪୪ କୋଠି ଅର୍ଥ ବିନିଯୋଗ ହେବ। ସେହିପରି ପିଏମ୍ କିଷାନରେ ଯୋଡ଼ି ହେବେ ଆଉ ୬ ଲକ୍ଷ ଚାଷୀ। ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ ପିଏମ କିଷାନରେ ସାମିଲ୍ କରାଯିବ। କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀଙ୍କୁ ମଧ୍ୟ ଏଥିରେ ସାମିଲ କରାଯିବ। ବାଦ୍‌ ପଡ଼ିଥିବା ଚାଷୀଙ୍କୁ ସାମିଲ ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି।

Leave A Reply

Your email address will not be published.