ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ନୂଆ ସରକାରରେ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ

0

ଭୁବନେଶ୍ବର: ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ସରକାର। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ ନିକୁଞ୍ଜ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ସହ ଇଡକୋ ଚେୟାରମ୍ୟାନ ନିଯୁକ୍ତ କରାଯାଇଛି। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯାଇଛି।

ନୂଆ ସରକାର ଆସିବା ପରେ କେବେ ଆଇଏଏସ ସ୍ତରରେ ଅଦଳ ବଦଳ ହେବ ଚର୍ଚ୍ଚା ଲାଗି ରହିଥିଲା। ଶେଷରେ ନୂଆ ସରକାର ଆସିବା ପରେ ରାଜ୍ୟରେ ଏହି ଅଦଳ ବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଭୁବନେଶ୍ୱରରେ ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ନିକୁଞ୍ଜ ଧଳ ଦାୟିତ୍ୱ ଗ୍ରହଣ କରିବା ପରେ ଆଇଏଏସ ହେମନ୍ତ ଶର୍ମାଙ୍କ ଇଡକୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାଇତ୍ୱ ଶେଷ ହୋଇଛି। ଜି ମାଥିଭାଥନନଙ୍କୁ ଗୋପବନ୍ଧୁ ଏକାଡେମିର ମହାନିର୍ଦ୍ଦେଶକ ବଦଳି କରାଯାଇ ଉଷା ପାଢ଼ୀଙ୍କୁ ଏହି ବିଭାଗ ଦାୟିତ୍ୱ ମିଳିଛି। ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଏବଂ ଶକ୍ତି ବିଭାଗ ଦାୟିତ୍ୱ ମିଳିଥିବା ବେଳେ ବିଶାଳ ଦେବଙ୍କୁ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ଦାୟିତ୍ୱ ମିଳିଛି।
ସେହିଭଳି ଅନେକ ଦିନ ଧରି କ୍ରୀଡ଼ା ବିଭାଗ ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତ ଥିବା ଆର. ଭିନୀଲୀକ୍ରିଷ୍ଣାଙ୍କୁ ଭୂମି ଅଭିଲେଖ ଏବଂ ବନ୍ଦୋବସ୍ତ ବିଭାଗକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଭାସ୍କର ଜ୍ୟୋତି ଶର୍ମାଙ୍କୁ କ୍ରୀଡା ବିଭାଗ ଦାୟିତ୍ୱ ମିଳିଛି। ବର୍ତ୍ତମାନ ଜିଏ ଓ ପିଜି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟରତ ତଥା ପର୍ଯ୍ୟଟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ଆଇଏଏସ୍ (୧୯୯୩) ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ।

Leave A Reply

Your email address will not be published.