ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ବରିଷ୍ଠ ଆଇପିଏସ ଆଶିଷ ସିଂଙ୍କୁ ବଦଳି

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ଗୃହ ବିଭାଗ ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ଏହା ପୂର୍ବରୁ ଆଶିଷଙ୍କ ଉପରେ ଇସିଆଇ କାର୍ଯ୍ୟାନୁଷ୍ଠାନ ନେଇଥିଲା।ସାଧାରଣ ନିର୍ବାଚନ ସମୟରୁ ଚର୍ଚ୍ଚାରେ ରହି ଆସିଛନ୍ତି ବରିଷ୍ଠ ଆଇପିଏସ ଆଶିଷ ସିଂ । ସୂଚନା ଅନୁସାରେ, 2004 ବ୍ୟାଚ ଆଇପିଏସ ଆଶିଷ ସିଂ ନିର୍ବାଚନ ସମୟରେ ସେଣ୍ଟ୍ରାଲ ରେଞ୍ଜ ଆଇଜି ଭାବେ କାର୍ଯ୍ୟ କରୁଥିଲେ । ସେ ନିର୍ବାଚନ ପରିଚାଳନାରେ ପକ୍ଷପାତିତା କରୁଥିବା ଅଭିଯୋଗ ହୋଇଥିଲା । ତେଣୁ ନିର୍ବାଚନ ସମ୍ପର୍କିତ କୌଣସି କାର୍ଯ୍ୟରେ ନିୟୋଜିତ ନକରିବା ଲାଗି ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଥିଲେ । ନିର୍ବାଚନ ଦାୟିତ୍ୱରୁ ହଟାଇ ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ଦିଆଯାଇଥିଲା । ଏହାପରେ ସେ ସ୍ୱାସ୍ଥ୍ୟ ସମସ୍ୟା ଆଳ କରି ମାସେ ଛୁଟିରେ ଯାଇଥିଲେ । ଅସୁସ୍ଥତା ଦର୍ଶାଇ ସେ ଛୁଟି ନେଇଥିବାରୁ, ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ସେ ସମ୍ପୂର୍ଣ୍ଣ ଠିକ୍‌ ଥିବା ଜାଣିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବଚନ ଆୟୋଗ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.