ପ୍ରମୁଖ ଖବର

ମିଳିବ ସୁଭଦ୍ରା ଟଙ୍କା,ମାତିଲେଣି ସାଇବର ଠକ, ସତର୍କ କଲେ ଉପମୁଖ୍ୟମନ୍ତ୍ରୀ
ଏବେ ମହଙ୍ଗା ହୋଇଛି ଖାଇବା ତେଲ, ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର
କାକଟପୁରରେ କୁଣ୍ଢେଇ ବଜାର ସାହୁ ଜୁଏଲାରୀ ମାଲିକ ନିରଞ୍ଜନ ସାହୁଙ୍କୁ ଦୁଇ ରାଉଣ୍ଡ ଗୁଳିମାଡ଼
ମଙ୍ଗଳବାର ଓଡ଼ିଶା ଆସୁଛନ୍ତି ମୋଦି, ଜନ୍ମଦିନରେ ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ
ରାଜଧାନୀ ଭୁବନେଶ୍ୱରରେ ବେପରୁଆ ଡ୍ରାଇଭିଂ କରିବାରୁ ୫ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ
ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଦ୍ଵିତୀୟ ଥରେ ପାଇଁ ଗୁଳିମାଡ଼
ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ, ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଅରବିନ୍ଦ ପାଢ଼ୀ

0

ଭୁବନେଶ୍ବର: ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ସରକାର। ଆଇନ ବିଭାଗ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୧୪ରେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ।

ଉଲ୍ଲେଖଯୋଗ୍ୟ, ନିକଟରେ ପହଣ୍ଡି ବେଳେ ବଡଠାକୁର ହାମୁଡାଇ ହୋଇ ପଡିବା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଉପରେ ଅନେକ ପ୍ରଶ୍ନ ଉଠିଛି। ଆଉ ଏହାରି ଭିତରେ ଅରବିନ୍ଦ ପାଢୀଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସରକାର। ନିକଟରେ ବିକ୍ରମ ଯାଦବ ଛୁଟିରେ ଥିବା ବେଳେ ଅରବିନ୍ଦ ପାଢୀ ଅତିରିକ୍ତ ଭାବେ ଦାୟିତ୍ୱ ତୁଲାଇଥିଲେ। ଏବେ କୃଷି ସଚିବ ଦାୟିତ୍ୱରେ ମଧ୍ୟ ରହିଛନ୍ତି ଅରବିନ୍ଦ ପାଢ଼ୀ।

ମଙ୍ଗଳବାର ମହାପ୍ରଭୁ ବଳଭଦ୍ରଙ୍କୁ ତାଙ୍କ ରଥରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ପହଣ୍ଡିରେ ନିଆଯାଉଥିବା ବେଳେ ଘଟିଥିବା ଦୁର୍ଭାଗ୍ୟଜନକ ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମଧ୍ୟରେ ଚିଠି ଆଦାନ ପ୍ରଦାନ ହେବା ପରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ଅରବିନ୍ଦ ପୂର୍ବରୁ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ । ଚଳିତବର୍ଷ ରଥଯାତ୍ରାରେ ଅନେକ ତ୍ରୁଟି ପରିଲକ୍ଷିତ ହୋଇଛି । ଚାରିଦ୍ୱାର ଖୋଲିବା ପରେ ଶ୍ରୀମନ୍ଦିରରେ ଅଣାୟତ ଭିଡ଼, ରଥଯାତ୍ରା ସମୟରେ ଦଳାଟଚକଟାରେ ଜଣଙ୍କର ମୃତ୍ୟୁ ସହ ଆଡ଼ପ ପହଣ୍ଡି ବେଳେ ଖୋଦ୍ ବଡ଼ଠାକୁର ମୁହଁମାଡ଼ି ପଡ଼ିଯିବା ଚିନ୍ତାର କାରଣ । ବ୍ୟବସ୍ଥାରେ ତ୍ରୁଟିକୁ ଲକ୍ଷ ରଖି ରାଜ୍ୟ ସରକାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳାଇଥିବା ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.