ଭୁବନେଶ୍ୱର: ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ବୁଧବାର ଜବତ ହୋଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ଗଛରେ ରଶି ଲଗାଇ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।ଦୁର୍ଯ୍ୟୋଧନ୨୦୦୨ ବ୍ୟାଚର ସିପାହୀ ଥିଲେ ।
ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରେ ଥିବା ଏକ ଗଛରେ ଦୁର୍ଯ୍ୟୋଧନଙ୍କ ମୃତଦେହ ଝୁଲୁଥିବା ନେଇ ପୋଲିସକୁ ଖବର ଦିଆଯାଇଥିଲା। ମୈତ୍ରୀ ବିହାର ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଅନ୍ୟପକ୍ଷେ ଦୁର୍ଯ୍ୟୋଧନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ପୋଲିସ ଖୋଳତାଡ଼ କରୁଛି। କାହିଁକି ଓ କେଉଁ ପରିସ୍ଥିତିରେ ସେ ଏପରି ଚରମ ନିଷ୍ପତ୍ତି ନେଲେ ସେନେଇ ପୋଲିସ ତଦନ୍ତ କରୁଛି । ପାରିବାରିକ କନ୍ଦଳ ଓ କିଛି ବକେୟା ଟଙ୍କା ପାଇଁ ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ମୈତ୍ରୀବିହାର ଥାନା ପୋଲିସ ପହଞ୍ଚି ପଚରାଉଚରା କରିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ଅସଲ କାରଣ ଜଣାପଡ଼ିବ ।
ପ୍ରମୁଖ ଖବର
ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି