ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ରଥ ଉପରକୁ ମୋବାଇଲ ମନା

0

ପୁରୀ: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡ଼ିଯିବା ଘଟଣା ଏବେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ହୋଇଛି। ଅଭିଜ୍ଞ ନଥିବା ଯୁବ ସେବାୟତ ରଥରେ ଗହଳି କରି ମୋବାଇଲରେ ବ୍ୟସ୍ତ ରହୁଥିବା ଅଭିଯୋଗ ହେଉଛି। ଆବଶ୍ୟକ ନଥିବା ତଥା ରଥ ଉପରେ ଭିଡ଼ ଜମେଇବା ଏଭଳି ଅଘଟଣର ଏକ ପ୍ରମୁଖ କାରଣ ବୋଲି କୁହାଯାଉଛି।

ଏସବୁ ଭିତରେ ଗତକାଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ରାତାରାତି ବଦଳି ହୋଇଛି। ସେପଟେ ଦାୟିତ୍ୱ ନେଉ ନେଉ ତତ୍ପରତା ଦେଖାଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ ରହିଛି ଯେ, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ।

ରଥ ଉପରେ ମୋବାଇଲ ଫୋନ ବ୍ୟବହାର କରାଯିବ ନାହିଁ। ଏଥିସହ କେହି ରଥ ଉପରେ ସେଲଫି ମଧ୍ୟ ନେଇପାରିବେ ନାହିଁ। ସେ କହିଛନ୍ତି, ଅଣ ସେବାୟତ ରଥ ଉପରକୁ ମୋବାଇଲ୍ ନେଉଥିବା ପରିଲକ୍ଷିତ ହେଉଛି। ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେବା ସହ ଜଡ଼ିତ ନଥିଲେ ରଥ ଉପରକୁ କେହି ଯାଇ ପାରିବେନି। ପହଣ୍ଡି ବେଳେ ଘଟିଥିବା ଅଘଟଣ ପାଇଁ ଠାକୁରଙ୍କ ପାଖରେ କ୍ଷମା ପ୍ରାର୍ଥନା କରିବା ସହ ମହାପ୍ରଭୁଙ୍କ ନୀତି କିଭଳି ଶୃଙ୍ଖଳିତ ହେବ, ତାହା ତାଙ୍କର ମୁଖ୍ୟ କାର୍ଯ୍ୟ ହେବ ବୋଲି ସେ କହିଛନ୍ତି ।

ଦାୟିତ୍ଵ ନେବା ପରେ ସେ ପ୍ରଥମେ ଗୁଣ୍ଡିଚା ମନ୍ଦିର ଯାଇ ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିଛନ୍ତି। ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ସେ କହିଛନ୍ତି, “ମୋତେ ମହାପ୍ରଭୁଙ୍କ ସେବା ପାଇଁ ଦାୟିତ୍ଵ ମିଳିଥିବାରୁ ମୁଁ ରାଜ୍ୟ ସରକାରଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରୁଛି । ମହାପ୍ରଭୁଙ୍କ ନୀତି କିଭଳି ଭଲରେ ଅନୁଷ୍ଠିତ ହେବ ସେନେଇ ବିଭିନ୍ନ ସେବାୟତ ନିଯୋଗ, ଜିଲ୍ଲା ପ୍ରଶାସନ ସହ ଆଲୋଚନା କରି ପଦକ୍ଷେପ ନିଆଯିବ। ଏଥିପାଇଁ ମୁଁ ସମସ୍ତଙ୍କ ସହଯୋଗ ଲୋଡୁଛି। ମହାପ୍ରଭୁଙ୍କ ନୀତି କିଭଳି ଶୃଙ୍ଖଳିତ ହୋଇପାରିବ, ତାହା ଆମର ମୁଖ୍ୟ କାର୍ଯ୍ୟ ହେବ ।” ତେବେ ନୀତି ବିଶୃଙ୍ଖଳା ହେଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ।

Leave A Reply

Your email address will not be published.