ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ସେବାୟତଙ୍କ ବିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିପାରିନି ପତିତପାବନ ବାନା

0

ପୁରୀ: ପୁରୀରେ ରଥଯାତ୍ରା ଚାଲିଥିବା ବେଳେ ଗୋଟିଏ ପରେ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସୁଛି। ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। କେଉଁ କାରଣରୁ ଏପରି ଘଟଲା ତାହା ତର୍ଜମା କରିବା ପାଇଁ ଏକ ୩ ଜଣିଆ କମିଟି ମଧ୍ୟ ଗଠନ କରାଯାଇଥିଲା। ହେଲେ ଏବେ ପୁଣି ଆଉ ଗୋଟିଏ ବିଭ୍ରାଟ ସାମ୍ନାକୁ ଆସିଛି। ଦଇତାପତି ସେବକ ଏବଂ ଚୁନରା ସେବକଙ୍କ ମଧ୍ୟରେ ବିବାଦ କାରଣରୁ ନୀଳଚକ୍ରରେ ପ୍ରତିଦିନ ସଂଧ୍ୟାରେ ବନ୍ଧାଯାଉଥିବା ବାନା ଆଜି ବନ୍ଧାଯାଇପାରିନାହିଁ। ଯାହାକୁ ନେଇ ଏବେ ଭକ୍ତଙ୍କ ମହଲରେ ଦେଖାଦେଇଥିଲା ଅସନ୍ତୋଷ।

ସୂଚନା ଅନୁସାରେ, ଦଇତାପତି ସେବକ ଏବଂ ଚୁନରା ସେବକଙ୍କ ମଧ୍ୟରେ ବିବାଦ କାରଣରୁ ନୀଳଚକ୍ରରେ ପ୍ରତିଦିନ ସଂଧ୍ୟାରେ ବନ୍ଧାଯାଉଥିବା ବାନା ଆଜି ବନ୍ଧାଯାଇପାରିନାହିଁ। ତେବେ ଏହି ଘଟଣାକୁ ଗୁରୁତ଼୍ବର ସହ ନେଇ ନୀଳଚକ୍ରରେ ବାନା ଲଗାଇବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେବାୟତଙ୍କ ମଧ୍ୟରେ ବିବାଦ ତୁଟିନଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଉଡ଼ୁଥିବା ହଳଦିଆ ବାନା ସ୍ଥାନରେ ୧ ନମ଼୍ବରରେ ଲାଲ୍‌ ବାନା ବନ୍ଧାଯାଇଛି।
ନିକଟରେ ପହଣ୍ଡି ବେଳେ ବଳଭଦ୍ରଙ୍କ ବିଗ୍ରହ ରଥରୁ ଖସି ତଳକୁ ମୁହଁ ମାଡ଼ି ପଡ଼ିଯିବା ପରେ ବିବାଦ ସୃଷ୍ଟି ହୋଇଥିଲା। ଠିକ୍ ଏତିକି ବେଳେ ଦଇତା-ଚୂଲରାଙ୍କ ଦିବାଦ ପାଇଁ ଶ୍ରୀମନ୍ଦିର ନୀଳଚକ୍ରର ପତିତପାବନ ବାନା ବଦଳି ନପାରିବା ଘଟଣା ଭକ୍ତଙ୍କ ମନକୁ ଆହୁରି କଷ୍ଟ ଦେଇଥିଲା।

Leave A Reply

Your email address will not be published.