ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ହେଲେ ସମୀର ଦେ

0

କଟକ: ଫୁଟବଲ ଆସୋସିଏସନ ଅଫ୍ ଓଡ଼ିଶା (ଫାଓ)ର ସଭାପତି ଭାବେ ନିଯୁକ୍ତ ହେଲେ ସମୀର ଦେ ।ଏହା ପୂର୍ବରୁ ପୂର୍ବରୁ ବିଜେଡି ନେତା ଦେବାଶିଷ ସାମନ୍ତରାୟ ସଭାପତି ଥିଲେ। କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ନିର୍ବାଚନ ପୂର୍ବରୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ସମୀର ଦେ । ଏହା ସହିତ ସମ୍ପାଦକ ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ଆଶୀର୍ବାଦ ବେହେରା । ଆଗାମୀ ୨୧ରେ ଫାଓର ନିର୍ବାଚନ ହେବାକୁ ଥିବା ବେଳେ ଏଥର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦରୁ ଗତ ୯ ତାରିଖରେ ଇସ୍ତଫା ଦେଇଥିଲେ ।

ସୂଚନାଯୋଗ୍ୟ , ଗତ ଦୁଇଟି ନିର୍ବାଚନରେ ଦେବାଶିଷ ରାଧାରମଣ କ୍ଲବ ପକ୍ଷରୁ ପ୍ରତିନିଧିତ୍ଵ କରି ନିର୍ଦ୍ୱନ୍ଦରେରେ ସଭାପତି ହୋଇ ଆସୁଥିଲେ । ତେବେ ଏଥର କିନ୍ତୁ ରାଧାରମଣ କ୍ଲବ ପକ୍ଷରୁ ତାଙ୍କ ନାଁ ଦିଆଯାଇନଥିଲା । ସେପଟେ ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ପକ୍ଷରୁ ବିଜେପି ନେତା ସମୀର ଦେ ଙ୍କ ନାଁ ଦିଆଯାଇଥିଲା । ତେଣୁ ସମୀର ଦେ ହିଁ କ୍ରୀଡା ସଂଘର ସଭାପତି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା ।

Leave A Reply

Your email address will not be published.