ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ବାପାର ବୋମା ମାଡ଼ରେ ପୁଅର ମୃତ୍ୟୁ

0

ଖୋର୍ଦ୍ଧା: ବାପାର ବୋମା ମାଡ଼ରେ ସାନ ପୁଅର ମୃତ୍ୟୁ। ଖୋର୍ଦ୍ଧା ଜିଲା ବାଲୁଗାଁ ବାଣପୁର ଥାନା ସାହାସପୁର ଶାନ୍ତିନଗରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କ ବୋମାମାଡ଼ରେ ସାନ ପୁଅର ମୃତ୍ୟୁ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଦିବ୍ୟସିଂହ ରାଉତରାୟ। ଜମି ଭାଗବଣ୍ଟାକୁ କେନ୍ଦ୍ର କରି ଏଭଳି ବିବାଦ ଉପୁଜୁଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ବାପା, ସାନ ପୁଅ ଓ ବଡ ପୁଅ ମଧ୍ୟରେ ବହୁ ବର୍ଷ ଧରି ଜମି ବିବାଦ ଲାଗିରହିଥିଲା। କିନ୍ତୁ ଏହି ବିବାଦ ଆଜି ଭୟଙ୍କର ରୁପ ନେଇଥିଲା। ବାପା ସାନପୁଅ ବଡପୁଅଙ୍କ ମଧ୍ୟରେ ବହୁଦିନରୁ ବିବାଦ ଲାଗିରହିବା ବେଳେ ସେମାନେ ପରସ୍ପର ଅଲଗା ରହୁଥିଲେ। କିନ୍ତୁ ଆଜି ଏହି ଘଟଣା ଉଗ୍ର ରୁପ ନେଇଛି।ସମ୍ପତ୍ତିକୁ ନେଇ ବଡ଼ ପୁଅ ସହ ଦୀର୍ଘ ଦିନରୁ ବିବାଦ ରହିଥିଲା। ଏଥିରେ ବାପା ଉତ୍‌କ୍ଷିପ୍ତ ହୋଇ ବଡ଼ ପୁଅ ଘରକୁ ବୋମା ମାଡ଼ କରିଥିଲେ। ହେଲେ ବୋମାଟି ସାନ ପୁଅର ମୁଣ୍ଡରେ ବାଜିଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ନେଇଥିଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି କି ପୋଲିସ ଅଭିଯୁକ୍ତ ବାପା ଏବଂ ତାଙ୍କର ବଡ଼ପୁଅକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।

Leave A Reply

Your email address will not be published.