ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲୁକା କଳା ଚାମ୍ପିଅନସିପରେ ସୁଦର୍ଶନ ଜିତିଲେ ସ୍ୱର୍ଣ୍ଣ ପଦକ

0

ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ୱର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ। ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଋଷିଆର ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ବିଶ୍ବର ୨୧ ବାଲୁକା ଶିଳ୍ପୀଙ୍କ ମଧ୍ୟରେ ଶ୍ରେଷ୍ଠତ୍ଵ ପ୍ରମାଣିତ କରିଛନ୍ତି।

ସୂଚନା ଅନୁସାରେ ସୁଦର୍ଶନ ପଟ୍ଟନାୟକ ରୁଷିଆର ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ। ସେ ଏହି ପ୍ରତିଯୋଗିତାରେ ‘ପେଟର ଆଣ୍ଡ ପଲ୍‌’ର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରିଥିଲେ। ଗତ ୪ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ଜୁଲାଇ ୧୨ ତାରିଖରେ ଶେଷ ହୋଇଛି। ଉଦ୍‌ଯାପନୀ ଦିବସରେ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ମୋଟ ୨୧ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ବିଶ୍ୱର ୨୧ ବାଲୁକା ଶିଳ୍ପୀଙ୍କ ମଧ୍ୟରେ ସୁଦର୍ଶନ ପଟ୍ଟନାୟକ ଶ୍ରେଷ୍ଠତ୍ଵ ପ୍ରମାଣିତ କରିଛନ୍ତି।

Leave A Reply

Your email address will not be published.