ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବାରିପଦା ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ସାଢ଼େ ୫ଟାବେଳେ ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଉକ୍ତ ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଥିଲେ।

Leave A Reply

Your email address will not be published.