ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ସାଢ଼େ ୫ଟାବେଳେ ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଉକ୍ତ ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଥିଲେ।
ପ୍ରମୁଖ ଖବର
ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର