ବାରିପଦା: ଆଜି ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଓ ୬ ଜଣ ଗୁରୁତର ଆହତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଏହି ଘଟଣାରେ ଆହତମାନଙ୍କ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା ବିନା ଖର୍ଚ୍ଚରେ କରିବା ପାଇଁ ସେ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ସାଢ଼େ ୫ଟାବେଳେ ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଉକ୍ତ ଦୁର୍ଘଟଣାରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଥିଲେ।
ପ୍ରମୁଖ ଖବର
ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍