ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ

0

ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବେତନୋଟୀ ପୁଲିସ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା। ଘଟଣାସ୍ଥଳରେ ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଡ୍ରାଇଭର ଷ୍ଟିୟରିଂ ହ୍ଵିଲରେ ଖସି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି।

ତେବେ ବସଟି ହାଇଦ୍ରାବାଦରୁ ପ୍ରାୟ ୨୩ ଜଣ ପର୍ଯ୍ୟଟକଙ୍କୁ ନେଇ ଆସୁଥିଲା। ଧକ୍କା ଏତେ ଜୋରରେ ହୋଇଥିଲା ଯେ ଦୁର୍ଘଟଣାରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏହି ବସଟି ବିହାରର ଗୟା ଅଭିମୁଖେ ଯାଉଥିଲା। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି।

Leave A Reply

Your email address will not be published.