ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା; ୩ ମୃତ, ୨୦ ଆହତ

0

ବାରିପଦା: ଶନିବାର ଏକ ବଡ ଦୁର୍ଘଟଣା ଘଟିଛି । ବାରିପଦା ସ୍ଥିତ ବୁଢିଖାମାର ଦେଇଯାଇଥିବା ୧୮ ନମ୍ବର ଜାତୀୟ ରାଜପଥରେ ଏକ ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରାୟ ସାଢ଼େ ୫ଟାବେଳେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ପରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବେତନୋଟୀ ପୁଲିସ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା। ଘଟଣାସ୍ଥଳରେ ପହଞ୍ଚିବା ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଡ୍ରାଇଭର ଷ୍ଟିୟରିଂ ହ୍ଵିଲରେ ଖସି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି।

ତେବେ ବସଟି ହାଇଦ୍ରାବାଦରୁ ପ୍ରାୟ ୨୩ ଜଣ ପର୍ଯ୍ୟଟକଙ୍କୁ ନେଇ ଆସୁଥିଲା। ଧକ୍କା ଏତେ ଜୋରରେ ହୋଇଥିଲା ଯେ ଦୁର୍ଘଟଣାରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏହି ବସଟି ବିହାରର ଗୟା ଅଭିମୁଖେ ଯାଉଥିଲା। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି।

Leave A Reply

Your email address will not be published.