ପ୍ରମୁଖ ଖବର

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର
ବିଲ୍ ମଞ୍ଜୁରୀ ନେଇ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଲାଗି ରହିବ ନାହିଁ ସମୟ ସୀମା : ସୁପ୍ରିମକୋର୍ଟ
ଅନିଲ୍ ଅମ୍ବାନୀଙ୍କୁ ଇଡି ଝଟକା: ଭୁବନେଶ୍ବରର ସମେତ ଏକାଧିକ ସ୍ଥାନରେ ସମ୍ପତ୍ତି ଆଟାଚ୍
ନୂଆପଡା ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ
ପୋଲିସ ସୁରକ୍ଷା ହଟାଇବାକୁ ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ଅନୁରୋଧ
ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର

ଗୁଣ୍ଡିଚା ଦିନ ଭୋକ ଉପାସରେ ଥିଲେ ମହାପ୍ରଭୁ : ମୁଖ୍ୟ ବାଡଗ୍ରାହୀ

0

ପୁରୀ: ଆଡପ ପହଣ୍ଡି ବେଳେ ବଡ ଠାକୁର ବଳଭଦ୍ର ଖସିପଡିବା ଘଟଣାରେ ଶେଷରେ ମୁହଁ ଖୋଲିଛନ୍ତି ବଳଭଦ୍ରଙ୍କର ମୁଖ୍ୟ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ହଳଧର କହିଛନ୍ତି ଯେ, ଗୋଟିଏ ଦିନରେ ଗୁଣ୍ଡିଚା ଯାତ୍ରା , ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନ ନୀତିକାନ୍ତି ଠିକ୍ ନୁହେଁ। ନୀତିକାନ୍ତିରେ ଭୁଲ୍ ହୋଇଛି। ଯେଭଳି ଭୋଗ ହେବା କଥା ତାହା ହୋଇନାହିଁ। ଗୋଟିଏ ଭୋଗରେ ଦୁଇଟି ଯାତ୍ରା ହୋଇଛି। ଗୁଣ୍ଡିଚା ଯାତ୍ରା ଦିନ ଭୋଗ ହୋଇନାହିଁ। ତେଣୁ ଠାକୁର ଉପାସରେ ଗଲେ। ନେତ୍ରୋତ୍ସବ ହୋଇନି, ମହାପ୍ରଭୁଙ୍କୁ ନା ନେତ୍ର ଦିଆଯାଇଥିଲା, ନା ଖାଇବାକୁ ଦିଆଯାଇଥିଲା, ଭୋକ ଉପାସରେ ମହାପ୍ରଭୁ ଯାତ୍ରା କରିଥିବାରୁ ଏଭଳି ଅଘଟଣ ଘଟିଛି ବୋଲି କହିଛନ୍ତି ବାଡଗ୍ରାହୀ। ଏହା ସହିତ ଠାକୁର ଅଣସର ଘରେ ଥିବାବେଳେ ଆଜ୍ଞାମାଳ କେମିତି ରଥକୁ ଗଲା ବୋଲି ତାହା ପ୍ରଶ୍ନ କରିଛନ୍ତି ବାଡଗ୍ରାହୀ।

ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡି ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି। ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶ। ଅଣସେବାୟତ ଓ ରଥ ଉପରେ ମୋବାଇଲ ଫୋନକୁ ମଧ୍ୟ ମୁଖ୍ୟ କାରଣ ବୋଲି କହିଛନ୍ତି ବାଡଗ୍ରାହୀ। ଏନେଇ ବାଡଗ୍ରାହୀ କହିଛନ୍ତି, କିଛି ସେବାୟତ ଯାହାଙ୍କର ପହଣ୍ଡିରେ କୌଣସି କାମ ନ ଥିଲା ସେମାନେ ପହଣ୍ଡିରେ ପଶି ଗହଳି ସୃଷ୍ଟି କରିଥିବାରୁ ଏଭଳି ଅଘଟଣ ଘଟିଲା। ଏହା ସହ ମହାପ୍ରଭୁ ଭୋକରେ ଥିବାରୁ ଅନିଷ୍ଠ ହେଲା ବୋଲି କହିଛନ୍ତି ହଳଧର। ସେପଟେ ହଳଧରଙ୍କ ପ୍ରତିକ୍ରିୟା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Leave A Reply

Your email address will not be published.