ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଆସନ୍ତାକାଲି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

0

ପୁରୀ: ଆସନ୍ତାକାଲି ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବାନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାର ଖୋଲିବା ନେଇ ମୁଖ୍ଯମନ୍ତ୍ରୀ ଚୂଡ଼ାନ୍ତ ଅନୁମୋଦନ ଦେବାପରେ ଏସଓପିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ରତ୍ନଭଣ୍ଡାର ତଦାରଖ କମିଟି ଏକ ଏସଓପି ପ୍ରସ୍ତୁତ କରିଥିଲା। ଏହାକୁ ଶ୍ରୀମନ୍ଦିର ପ୍ରଶାସନକୁ ଦିଆଯାଇଛି। ପରବର୍ତ୍ତୀ ସମୟରେ ଶ୍ରୀମନ୍ଦିର ପରିଚାଳନା କମିଟି ତା’ ଉପରେ ଆଲୋଚନା କରି ସରକାରଙ୍କୁ ଦେଇଛି। ତେବେ କୁହାଯାଉଛି, କାଲି ରତ୍ନଭଣ୍ଡାର ଖୋଲାଯିବା ପରେ ସବୁ ପର୍ଯ୍ୟାୟ କ୍ରମାଗତ ଭାବେ କରାଯିବ। ରତ୍ନଭଣ୍ଡାର ଭିତରକୁ ଯିବାଠୁ ଗଣତି ପର୍ଯ୍ୟନ୍ତ ସବୁ କାର୍ଯ୍ୟ ସତର୍କତାର ସହ କରାଯିବ। ଏହାକୁ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତି ଭାବେ ପରିଗଣିତ କରାଯିବ। ଅତି ନିଖୁଣ ଭାବେ ଅଳଙ୍କାରର ଗଣତି କରାଯିବ। ଗଣତି ମଣତି ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ବଚ୍ଛତା ରହିବ। ଗଣତି କାର୍ଯ୍ୟରେ ରିଜର୍ଭ ବ୍ଯାଙ୍କ ଅଫ ଇଣ୍ଡିଆର ପ୍ରତିନିଧି ରହିବେ। ପକ୍ରିୟାର ସୁପରିଚାଳନା ପାଇଁ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକଙ୍କୁ ଦାୟିତ୍ବ ପ୍ରଦାନ କରାଯାଇଛି।

ଆଜି ସନ୍ଧ୍ୟାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଆସନ୍ତାକାଲି ନିଶ୍ଚିତ ଭାବେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବ। ତେବେ କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ ନିର୍ଦ୍ଧାରଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟରେ ଅତ୍ୟନ୍ତ ସ୍ୱଚ୍ଛତା ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି । ପ୍ରତ୍ୟେକଟି କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ। ରତ୍ନଭଣ୍ଡାର ଖୋଲିବା ସଂକ୍ରାନ୍ତ ଏସଓପି ଚୂଡ଼ାନ୍ତ ପାଇଁ ବୈଠକ ବସି ସରକାରଙ୍କ ପକ୍ଷରୁ ବିଭିନ୍ନ ଦିଗ ଉପରେ ତଜର୍ମା କରାଯାଇଛି। ଏହି ସମସ୍ତ ପ୍ରକ୍ରିୟାର ସୁପରିଚାଳନା ପାଇଁ ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏସଓପିରେ ସବୁକଥା ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। କେଉଁ କମିଟି କ’ଣ କାର୍ଯ୍ୟ କରିବ ତାହା ମଧ୍ୟ ଉଲ୍ଲେଖ ରହିଛି। ଗଣତି ସମୟରେ ରିଜର୍ଭବ୍ୟାଙ୍କର ପ୍ରତିନିଧି ଉପସ୍ଥିତ ମଧ୍ୟ ରହିବେ। ସେହିଭଳି ଭିତର ରତ୍ନଭଣ୍ଡାରକୁ କେଉଁମାନେ ଯିବେ ତାହା ମଧ୍ୟ ଚୂଡ଼ାନ୍ତ ହୋଇଛି। ବିଭିନ୍ନ କମିଟିରେ ମନ୍ଦିର ପରିଚାଳନା ସଦସ୍ୟ, ସେବାୟତ, ଏଏସଆଇ ପ୍ରତିନିଧି, ରିଜର୍ଭ ବ୍ୟାଙ୍କ ପ୍ରତିନିଧିଙ୍କୁ ସାମିଲ କରାଯାଇଛି।

Leave A Reply

Your email address will not be published.