ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆଜି ଖୋଲିବ ରତ୍ନଭଣ୍ଡାର

0

ପୁରୀ: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି।

ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ। ଯାଞ୍ଚ କମିଟିରୁ ମୁଁ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବୁ। ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ମୁଖ୍ୟ ପ୍ରଶାସକ ଟ୍ରେଜେରୀରୁ ଚାବି ମଗାଇଛନ୍ତି। ତେବେ ରତ୍ନଭଣ୍ଡାର ଖୋଲା ଯିବା ସମୟରେ ମନ୍ଦିର ନ ଆସିବାକୁ ଶ୍ରଦ୍ଧାଳୁଙ୍କୁ ଅପିଲ୍ କରିଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।

ଏପଟେ ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥ ମନ୍ଦିରରୁ ଶ୍ରୀମନ୍ଦିରକୁ ଆସିଛି ଆଜ୍ଞାମାଳ।ରତ୍ନଭଣ୍ଡାରର ରକ୍ଷକ ହେଉଛନ୍ତି ମହାପ୍ରଭୁ ଲୋକନାଥଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ ସେବାୟତମାନେ ଆଜ୍ଞାମାଳ ଆଣିଛନ୍ତି। ମହାପ୍ରଭୁ ଲୋକନାଥ ମହାପ୍ରଭୁ, ମହାଲକ୍ଷ୍ମୀ, ବାବା ଲୋକନାଥ ଓ ମା’ ବିମଳା ଆଶୀର୍ବାଦଙ୍କ ନେଇ ୪୬ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ଖୋଲିବା ସମୟରେ ଭଣ୍ଡାର ମେକାପ, ଦେଉଳକରଣ, ତଢ଼ଉକରଣ, ପ୍ରତିହାରୀ ପ୍ରମୁଖ ଉପସ୍ଥିତ ରହିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାଧବ ମହାପାତ୍ର କହିଛନ୍ତି। ଠାକୁରଙ୍କ ଖଟଶେଜ ଘରକୁ ଷ୍ଟ୍ରଙ୍ଗରୁମ୍‌ କରାଯାଇଛି। ଏଠାରେ ରତ୍ନଭଣ୍ଡାରର ଅଳଙ୍କାର ଗଣତି ଓ ମଣତି ପର୍ଯ୍ୟନ୍ତ ଗଚ୍ଛିତ ରଖାଯିବ ବୋଲି ଜଣାପଡ଼ିଛି।

Leave A Reply

Your email address will not be published.