ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼

0

ପେନସିଲଭେନିଆ: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼। ଏଥିରେ ସେ ସାମାନ୍ୟ ଆହତ ହୋଇଛନ୍ତି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼ ଘଟଣାରେ ଜଣେ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟପକ୍ଷରେ ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଥୋମାସ ମାଥ୍ୟୁ କ୍ରୁକ୍‌ସ ବୋଲି ଏଫ୍‌ବିଆଇ ପକ୍ଷରୁ କୁହାଯାଇଛି

ତାଙ୍କୁ ସୁରକ୍ଷା ଦାୟିତ୍ବରେ ଥିବା ସିକ୍ରେଟ ସର୍ଭିସ ପକ୍ଷରୁ କୁହାଯାଇଛି, ଟ୍ରମ୍ପ ସୁରକ୍ଷିତ ଅଛନ୍ତି। ମଞ୍ଚରୁ ଓହ୍ଲାଇବା ମାତ୍ରେ ରାଲି ଗ୍ରାଉଣ୍ଡକୁ ପୋଲିସ ଖାଲି କରି ଦେଇଛି। ଟ୍ରମ୍ପଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଗୁଳିମାଡ଼ ହୋଇଥିବା ଦିଗରେ ସିକ୍ରେଟ୍ ସର୍ଭିସ୍ ଯାଞ୍ଚ କରୁଛି। ଘଟଣା ପରେ ଏଫବିଆଇ ଟିମ୍ ମଧ୍ୟ ଗୁଳିମାଡ଼ ସ୍ଥଳରେ ପହଞ୍ଚି ଯାଇଥିଲା। ସିକ୍ରେଟ୍ ସର୍ଭିସ ସହ ମିଶି ଏଫବିଆଇ ଘଟଣାର ଯାଞ୍ଚ କରୁଛି।

ପେନସିଲଭେନିଆର ବଟଲର କାଉଣ୍ଟିରେ ହେଉଥିଲା। ଗୁଳିମାଡ଼ କରିଥିବା ଅଭିଯୁକ୍ତକୁ ଘଟଣା ସ୍ଥଳରେ ମାରି ଦିଆଯାଇଛି। ଏହି ଗୁଳିମାଡ଼ ଘଟଣାରେ ରାଲିରେ ସାମିଲ ଜଣେ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହାସହ ଅନ୍ୟ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି।

Leave A Reply

Your email address will not be published.