ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

0

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି ଭୋର୍ ସମୟରେ ଦ୍ଵିତୀୟ ମହଲାର ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।

ଅନୁମାନ କରାଯାଉଛି କି ଏହି ନିଆଁ ଏସିରୁ ଲାଗିଥାଇପାରେ। କେହି ରୋଗୀ ନଥିବାରୁ କିଛି ଅଘଟଣ ଘଟିନାହିଁ। ଭୋର ସମୟରେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଘଟଣାର ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ସମସ୍ତ ରୋଗୀ ସୁରକ୍ଷିତ ଥିବା ସୂଚନା ମିଳିଛି। ତେବେ କେଉଁ ନିର୍ଦ୍ଦିଷ୍ଟ କାରଣରୁ ନିଆଁ ଲାଗିଲା ସେନେଇ ଅଗ୍ନିଶମ ବାହିନୀ ତଦନ୍ତ ଆରମ୍ଭ କରିଛି।

ସୂଚନା ଥାଉକି କଟକର ପୁରୀଘାଟ ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲ ତ୍ରିଶାରେ ଶନିବାର ଅପରାହ୍ନରେ ହଠାତ୍ ନିଆଁ ଲାଗିଯାଇଥିଲା। ହସ୍ପିଟାଲର ୩ୟ ମହଲାରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଉପର ମହଲାରେ ରୋଗୀଥିବା ବେଳେ ଅଗ୍ନିଶମ ଟିମ୍ ପାଇଁ ଚ୍ୟାଲେଞ୍ଜ ହୋଇଥିଲା। ନିଆଁର ତୀବ୍ରତା ଏତେ ଅଧିକ ଥିଲା ଯେ ପାଖରେ ଥିବା ତ୍ରୀଶା ଚାଇଲ୍ଡ କେୟାର ମଧ୍ୟ ପ୍ରଭାବିତ ହୋଇଥିଲା। ଘଟଣାରେ ମୋଟ ୪୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେଥିରୁ ୩୪ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି। ସେଥିରେ ୧୭ ଜଣ ନବଜାତ ଶିଶୁ ରହିଛନ୍ତି। ବାକି ୧୧ ଜଣ ଅନ୍ୟାନ୍ୟ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ସେଥିମଧ୍ୟରୁ ଗତକାଲି ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.