ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

0

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି ଭୋର୍ ସମୟରେ ଦ୍ଵିତୀୟ ମହଲାର ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।

ଅନୁମାନ କରାଯାଉଛି କି ଏହି ନିଆଁ ଏସିରୁ ଲାଗିଥାଇପାରେ। କେହି ରୋଗୀ ନଥିବାରୁ କିଛି ଅଘଟଣ ଘଟିନାହିଁ। ଭୋର ସମୟରେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଘଟଣାର ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ସମସ୍ତ ରୋଗୀ ସୁରକ୍ଷିତ ଥିବା ସୂଚନା ମିଳିଛି। ତେବେ କେଉଁ ନିର୍ଦ୍ଦିଷ୍ଟ କାରଣରୁ ନିଆଁ ଲାଗିଲା ସେନେଇ ଅଗ୍ନିଶମ ବାହିନୀ ତଦନ୍ତ ଆରମ୍ଭ କରିଛି।

ସୂଚନା ଥାଉକି କଟକର ପୁରୀଘାଟ ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲ ତ୍ରିଶାରେ ଶନିବାର ଅପରାହ୍ନରେ ହଠାତ୍ ନିଆଁ ଲାଗିଯାଇଥିଲା। ହସ୍ପିଟାଲର ୩ୟ ମହଲାରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଉପର ମହଲାରେ ରୋଗୀଥିବା ବେଳେ ଅଗ୍ନିଶମ ଟିମ୍ ପାଇଁ ଚ୍ୟାଲେଞ୍ଜ ହୋଇଥିଲା। ନିଆଁର ତୀବ୍ରତା ଏତେ ଅଧିକ ଥିଲା ଯେ ପାଖରେ ଥିବା ତ୍ରୀଶା ଚାଇଲ୍ଡ କେୟାର ମଧ୍ୟ ପ୍ରଭାବିତ ହୋଇଥିଲା। ଘଟଣାରେ ମୋଟ ୪୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେଥିରୁ ୩୪ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି। ସେଥିରେ ୧୭ ଜଣ ନବଜାତ ଶିଶୁ ରହିଛନ୍ତି। ବାକି ୧୧ ଜଣ ଅନ୍ୟାନ୍ୟ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ସେଥିମଧ୍ୟରୁ ଗତକାଲି ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.