ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ଆଜି ପବିତ୍ର ବାହୁଡ଼ା ରଥରେ ବିରାଜିଲେ ତିନି ଠାକୁର

0

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ ଭଉଣୀଙ୍କ ପରେ କାଳିଆ ସାଆନ୍ତ ଝୁଲି ଝୁଲି ପହଣ୍ଡିରେ ଆସି ରଥରେ ବିରାଜମାନ କରିଛନ୍ତି।

ଅନ୍ୟପକ୍ଷେ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ହେବାକୁ ଥିବା ବେଳେ ପରେ ଚାରମାଳ ଫିଟା ଯିବ। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଘୋଡାଲାଗି ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ହୋଇଛି। ଏପରିକି ସ୍ୱତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.