ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଓଏଏସ୍ ସ୍ତରରେ ଅଦଳ ବଦଳ

0

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୬ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବଦଳି କରି ସେମାନଙ୍କୁ ବ୍ୟକ୍ତିଗତ ସଚିବ ଓ ବିଭିନ୍ନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ନିଯୁକ୍ତି ଦେଇଛନ୍ତି। ମୋହନ ସରକାରରକୁ ମାସେ ପୂରଣ ହୋଇଛି। ଏହାରି ଭିତରେ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରି ଶାସନ ବ୍ୟବ୍ୟସ୍ଥାକୁ ପୂର୍ବ ତୁଳନାରେ ଅଧିକ ସୁଦୃଢ କରିବାକୁ ପ୍ରୟାସ କରୁଥିବା ଦେଖିବାକୁ ମିଳିଛି।

ପିତାମ୍ବର ସାମଲଙ୍କୁ ଏବେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ବୌଦ୍ଧର ଏଡିଏମ୍ ଥିବା ଦିଲ୍ଲୀପ କୁମାର ମହାପାତ୍ର ଏବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରିବେ। ମଧୁସୂଦନ ବେହେରାଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି।

ବାଦଲ କୁମାର ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-କମ-କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲେ ଏବେ ତାଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସିଦ୍ଧାର୍ଥ ଶଙ୍କର ସାହୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ଅବସ୍ଥାପିତ ହୋଇଛନ୍ତି। ଆଶିଷ କୁମାର ଭୋଇ ପୂର୍ବରୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ଉପସଚିବ ତଥା ଭୁବନେଶ୍ୱରସ୍ଥିତ ରାଜ୍ୟସ୍ତରୀୟ ପରାମର୍ଶଦାତା ୟୁନିଟ୍ (ଏସ୍ଏଲ୍ଏୟୁ) ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ଥିଲେ । ଏବେ ତାଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା, ଏସଟି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି।

Leave A Reply

Your email address will not be published.