ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ଓଏଏସ୍ ସ୍ତରରେ ଅଦଳ ବଦଳ

0

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୬ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବଦଳି କରି ସେମାନଙ୍କୁ ବ୍ୟକ୍ତିଗତ ସଚିବ ଓ ବିଭିନ୍ନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏଏସଡି ଭାବେ ନିଯୁକ୍ତି ଦେଇଛନ୍ତି। ମୋହନ ସରକାରରକୁ ମାସେ ପୂରଣ ହୋଇଛି। ଏହାରି ଭିତରେ ପ୍ରଶାସନିକ ସ୍ତରରେ ଅଦଳ ବଦଳ କରି ଶାସନ ବ୍ୟବ୍ୟସ୍ଥାକୁ ପୂର୍ବ ତୁଳନାରେ ଅଧିକ ସୁଦୃଢ କରିବାକୁ ପ୍ରୟାସ କରୁଥିବା ଦେଖିବାକୁ ମିଳିଛି।

ପିତାମ୍ବର ସାମଲଙ୍କୁ ଏବେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ବୌଦ୍ଧର ଏଡିଏମ୍ ଥିବା ଦିଲ୍ଲୀପ କୁମାର ମହାପାତ୍ର ଏବେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ବ୍ୟକ୍ତିଗତ ସଚିବ ଭାବେ କାର୍ଯ୍ୟ କରିବେ। ମଧୁସୂଦନ ବେହେରାଙ୍କୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ହୋଇଛନ୍ତି।

ବାଦଲ କୁମାର ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ-କମ-କାର୍ଯ୍ୟନିର୍ବାହୀ ଅଧିକାରୀ ଥିଲେ ଏବେ ତାଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ)ଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସିଦ୍ଧାର୍ଥ ଶଙ୍କର ସାହୁ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ଅବସ୍ଥାପିତ ହୋଇଛନ୍ତି। ଆଶିଷ କୁମାର ଭୋଇ ପୂର୍ବରୁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ଉପସଚିବ ତଥା ଭୁବନେଶ୍ୱରସ୍ଥିତ ରାଜ୍ୟସ୍ତରୀୟ ପରାମର୍ଶଦାତା ୟୁନିଟ୍ (ଏସ୍ଏଲ୍ଏୟୁ) ଏବଂ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ଥିଲେ । ଏବେ ତାଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା, ଏସଟି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି।

Leave A Reply

Your email address will not be published.