ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ନିଲମ୍ବନ ହଟିଲା ପରେ ଗୃହ ବିଭାଗର ଓଏସଡି ହେଲେ ଡିଏସ୍‌ କୁଟ୍ଟେ

0

ଭୁବନେଶ୍ବର: ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କ ଉପରୁ ନିଲମ୍ବନ ଆଦେଶକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି। ବିଜେଡି ସରକାରରେ ପାୱାରଫୁଲ୍‌ ଥିବା ଡିଏସ୍‌ କୁଟ୍ଟେଙ୍କୁ ଗୃହ ବିଭାଗର ଓଏସଡି ଭାବେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ନିର୍ବାଚନ ସମୟରେ କୁଟ୍ଟେଙ୍କୁ ନିଲମ୍ବିତ କରାଯାଇଥିଲା। ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଥିବା ବେଳେ ସେ ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ନିଲମ୍ବିତ ହୋଇଥିଲେ।

ସୂଚନାନୁସାରେ; ୨୦୧୯ ଅକ୍ଟୋବର ୨୩ରେ ଡିଏସ୍‌ କୁଟ୍ଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଥିଲେ। ଏଥିସହ ସେ ଓଡ଼ିଶା ପୋଲିସର ଅତିରିକ୍ତ ମହା ନିର୍ଦ୍ଦେଶକ ମଧ୍ୟ ଥିଲେ। ୧୯୯୭ ବ୍ୟାଚର ଆଇପିଏସ ଅଧିକାରୀ କୁଟ୍ଟେ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ସ୍ପେଶାଲ ଡ୍ୟୁଟି ପାଇ ନିୟୋଜିତ ହୋଇଥିଲେ। ୨୦୨୩ ସାଧାରଣତନ୍ତ୍ର ଦିବସରେ ନିଜର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ପଦକରେ ମଧ୍ୟ ସମ୍ମାନିତ ହୋଇଥିଲେ। ଗତ ସାଧାରଣ ନିର୍ବାଚନ ସମୟରେ ସେ ବିଜେଡି ପାଇଁ କାର୍ଯ୍ୟ କରୁଥିବା ବିଜେପି ଅଭିଯୋଗ କରିଥିଲା। ବିଜେପିର ଅଭିଯୋଗ ଆଧାରରେ ଡିଏସ୍‌ କୁଟ୍ଟେଙ୍କୁ ସରକାରୀ କାର୍ଯ୍ୟରୁ ଜାତୀୟ ନିର୍ବାଚନ କମିଶନ ନିଲମ୍ବିତ କରିଥିଲେ। ଏହାସହ ନୂଆଦିଲ୍ଲୀ ସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.