ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଦକ୍ଷିଣ ଓଡ଼ିଶା ଉପକୂଳ ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ତତସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏଁ ବ୍ୟାପିଛି। ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବା ତାହା ସ୍ପଷ୍ଟ ହୋଇନଥିବା ବେଳେ ପ୍ରଭାବରେ ବର୍ଷା ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲାରେ ଘଡ଼ଘଡ଼ି ସହିତ ବର୍ଷ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏହି ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି।

ଗୋଟିଏ ଲଘୁଚାପ ଆଜି ସୃଷ୍ଟି ହୋଇଥିବା ବେଳେ ଆଉ ଏକ ଲଘୁଚାପ ୧୯ ତାରିଖରେ ସୃଷ୍ଟି ହେବ ବୋଲ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ୨ଟି ଲଘୁଚାପର ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ ୧୬ ତାରିଖରେ ବର୍ଷାର ପରିମାଣ ସାମାନ୍ୟ କମ ରହିବା ସହ ୧୭ରୁ ପୁଣି ବର୍ଷାର ବିସ୍ତୃତି ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପରେ ୧୯ ତାରିଖରୁ ପୁଣି ଏକ ଲଘୁଚାପର ସମ୍ଭାବନା ସହ ଅତି ପ୍ରବଳ ବର୍ଷାର ସମ୍ଭାବନା ରହୁଥିବା ପାଣିପାଗ ବିଭାଗ ପୂର୍ବାନୂମାନ କରିଛି।

Leave A Reply

Your email address will not be published.