ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

୧୪ଟି ହାଇସ୍କୁଲ ହେବ ହାୟର ସେକେଣ୍ଡାରୀ ସ୍କୁଲ : ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କାର୍ଯ୍ୟକ୍ରମର ସମୀକ୍ଷା କରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ହେଉଥିବା ହଷ୍ଟେଲ ଗୁଡ଼ିକରେ ପିଲା ମାନଙ୍କ ଖାଦ୍ୟର ମାନ ବୃଦ୍ଧି କରାଯିବ।

ଏହାସହିତ ସାସ୍ଥ୍ୟ, ସୁରକ୍ଷା ଓ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ୱ ପ୍ରଦାନ କରାଯିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ମନ୍ତ୍ରୀ ଓ ସଚିବ ମାନେ ନିୟମିତ ଭାବେ ବିଦ୍ୟାଳୟ ଓ ହଷ୍ଟେଲ ଗୁଡିକ ପରିଦର୍ଶନ କରି ଏହାର ପରିଚାଳନା ପଦ୍ଧତି ଯାଞ୍ଚ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ୧୪ଟି ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲରେ ପରିଣତ କରିବା ପାଇଁ ଅନୁମତି ମିଳିଛି। ଚଳିତ ବର୍ଷ ଅତି କମ୍‌ରେ ୧୦ଟି ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ।

ସେହିପରି ରାଜ୍ୟର ବିଭିନ୍ନ ପ୍ରାଥମିକ ସ୍କୁଲର ହଷ୍ଟେଲ ଗୁଡିକର ଅବସ୍ଥା ଭଲ ନ ଥିବାରୁ ଏଗୁଡିକର ଉନ୍ନତିକରଣ କରାଯାଇ ନୂଆ ହଷ୍ଟେଲ ନିର୍ମାଣ କରାଯାଉଛି। ଅଭିଭକ୍ତ କୋରାପୁଟ ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ୩୦୧ଟି ହଷ୍ଟେଲର ଉନ୍ନତିକରଣ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଆବଶ୍ୟକତା ଅନୁଯାୟୀ କେତେକ ହଷ୍ଟେଲକୁ ୧୦୦ ଆସନ ବିଶିଷ୍ଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ସଚିବ ରୂପାରୋଷନ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.