ପ୍ରମୁଖ ଖବର

ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ

ଆତଙ୍କବାଦୀ ଆକ୍ରମଣରେ ୪ ଜଣ ଯବାନ ସହିଦ

0

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର ଆତଙ୍କବାଦୀଙ୍କ ଆକ୍ରମଣରେ ଶହୀଦ ହୋଇଯାଇଛନ୍ତି ୪ ଭାରତୀୟ ଯବାନ। ଗତକାଲି ସନ୍ଧ୍ୟାରେ ଡୋଡା ଜିଲ୍ଲାର ଡେସା ଜଙ୍ଗଲରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ସେନା ଅଧିକାରୀଙ୍କ ସମେତ ୪ ଜଣ ଯବାନଙ୍କ ଦେହରେ ଗୁଳି ବାଜିବାରୁ ଗୁରୁତର ଆହତ ହୋଇପଡିଥିଲେ। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ୪ ଜଣ ଯବାନଙ୍କ ମୃତ୍ୟୁ ହୋଇଯାଇଛି।
ସୂଚନା ମୁତାବକ, ଡେସା ଜଙ୍ଗଲ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବାର ଖବର ପାଇ ଗତକାଲି ସନ୍ଧ୍ୟାରେ ସେନା ଏବଂ ଜମ୍ମୁ-କାଶ୍ମୀର ପୋଲିସର ସ୍ପେଶାଲ ଅପେରସନ ଗ୍ରୁପର ଯବାନ ମିଳିତ ସର୍ଚ୍ଚ ଅପରେସନ ଚଳାଇଥିଲେ। ରାତି ପାଖାପାଖି ୭ଟା ୪୫ ବେଳକୁ ଆତଙ୍କବାଦୀଙ୍କ ସହ ସୁରକ୍ଷାବଳର ଏନକାଉଣ୍ଟର ଆରମ୍ଭ ହୋଇଥିଲା। ପ୍ରାୟ ୨୦ ମିନିଟ୍ ଧରି ଏନକାଉଣ୍ଟର ଚାଲିଥିଲା। ଏଥିରେ ଜଣେ ସେନା ଅଧିକାରୀଙ୍କ ସମେତ ୫ ଜଣ ଯବାନ ଗୁରୁତର ହୋଇପଡିଥିଲେ।

୫ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଇଥିବାବେଳେ ସମସ୍ତଙ୍କର ଅବସ୍ଥା ଗୁରୁତର ରହିଥିଲା। ହସ୍ପିଟାଲରେ ସେନା ଅଧିକାରୀ ସମେତ ୪ ଜଣ ଯବାନଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି। ଆଉ ଜଣେ ଯବାନଙ୍କ ଅବସ୍ଥା ମଧ୍ୟ ଏବେ ବି ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି। ଏହି ଘଟଣା ପରେ ଡୋଡାରେ ସୁରକ୍ଷା କଡାକଡି କରାଯାଇଥିବା ବେଳେ ଡେସା ଅଞ୍ଚଳକୁ କର୍ଡନ କରାଯାଇ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି। ତେବେ ଆତଙ୍କବାଦୀ ସଂଗଠନ କାଶ୍ମୀର ଟାଇଗର୍ସ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ପାକିସ୍ତାନୀ ଆତଙ୍କୀ ସଂଗଠନ ଜୈସ-ଇ-ମହମ୍ମଦ ସହ ଏହି ସଂଗଠନର ସମ୍ପର୍କ ରହିଛି।

Leave A Reply

Your email address will not be published.