ପ୍ରମୁଖ ଖବର

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ବସ୍‌ରେ ମାଗଣା ଯିବେ ଛାତ୍ରୀଛାତ୍ର
ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : ସର୍ବସାଧାରଣ ସ୍ଥାନରେ କୁକୁରଙ୍କୁ ଖାଇବାକୁ ଦେବା ନିଷେଧ
ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ
ଅନଲାଇନ୍ ଗେମିଂ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ
ଗଛରେ ଚଢ଼ି କାନ୍ଥ ଡେଇଁ ସଂସଦ ଭିତରକୁ ପ୍ରବେଶ କଲେ ଦୃର୍ବୁତ୍ତ

ସୁନାବେଶ ପାଇଁ ପୁରୀକୁ ଗଡିବ ସ୍ୱତନ୍ତ୍ର ଟ୍ରେନ୍

0

ପୁରୀ: ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍। ଭକ୍ତ ମାନଙ୍କର ସୁବିଧା ପାଇଁ ପୁରୀକୁ ନିୟମିତ ଟ୍ରେନ୍ ବ୍ୟତୀତ, ସୁନାବେଶ ପାଇଁ ୪୩ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ଅଧରପଣା ପାଇଁ ୩୩ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯାଉଛି। ପ୍ରଥମ ଥର ପାଇଁ ପୂର୍ବତଟ ରେଳପଥ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରୁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରି ଯାତ୍ରୀମାନଙ୍କୁ ତୀର୍ଥସ୍ଥାନ ପରିଦର୍ଶନ କରାଇବାରେ ସୁବିଧା ପ୍ରଦାନ କରିଅଛି।

ପୂର୍ବତଟ ରେଳପଥ ପୁରୀରେ ରଥଯାତ୍ରା ମହୋତ୍ସବ ପାଇଁ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ଘୋଷଣା କରିଥିଲା। ଜୁଲାଇ ୫ରୁ ଜୁଲାଇ ୧୫ ମଧ୍ୟରେ ପୂର୍ବତଟ ରେଳପଥ ପୁରୀକୁ ଓ ପୁରୀ ଠାରୁ ଗୁଣ୍ଡିଚା ଯାତ୍ରା ଠାରୁ ବାହୁଡା ଯାତ୍ରା ମଧ୍ୟରେ ୨୩୯ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିସାରିଛି।ସୁନାବେଶ ପାଇଁ ପୂର୍ବତଟ ରେଳପଥ ପାରାଦୀପ, ଅନୁଗୁଳ, ଭଦ୍ରକ, ଜୁନାଗଡ଼ ରୋଡ୍, ଖୋର୍ଦ୍ଧା ରୋଡ୍, ଦଶପଲ୍ଲା, ସୋମପେଟା, ପଲାସା, କେନ୍ଦୁଝରଗଡ, ଗୁଣୁପୁର, ଜଗଦଳପୁର, ସୋନପୁର, ସମ୍ବଲପୁରରୁ ସ୍ୱତନ୍ତ୍ର ଟ୍ରେନ ଗୁଡିକ ପୁରୀକୁ ଚଳାଚଳ କରିବ। ସେହିଭଳି ପାରାଦୀପ, ଅନୁଗୁଳ, ଭଦ୍ରକ, ଦଶପଲ୍ଲା, ପଲାସା, କେନ୍ଦୁଝରଗଡ ଏବଂ ଖୋର୍ଦ୍ଧା ରୋଡରୁ ଟ୍ରେନ୍ ଗୁଡିକ ଅଧରପଣା ପାଇଁ ପୁରୀ ଅଭିମୁଖେ ଯାତ୍ରା କରିବ।
ଯାତ୍ରୀଙ୍କର ଅତିରିକ୍ତ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ଭଦ୍ରକ, ପାରାଦୀପ, ଅନୁଗୁଳ, ପଲାସା, କେନ୍ଦୁଝରଗଡ, ଦଶପଲ୍ଲା, ବ୍ରହ୍ମପୁରକୁ ପୁରୀ ଠାରୁ ଓ ତା’ପରଦିନ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ଯୋଜନା ରଖିଛି।

ଭକ୍ତ ଏବଂ ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ବିଭିନ୍ନ ସୁବିଧା ଯୋଗାଇ ଦେଇଛି। ଯାତ୍ରୀମାନଙ୍କ ସମସ୍ୟା ତଥା ଟ୍ରେନ୍ ଚଳାଚଳ ସୁଗମ କରାଇବା ପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇଛି। ଷ୍ଟେସନରେ ବ୍ୟାପକ ଘୋଷଣା ଏବଂ ଅତିରିକ୍ତ ଟିକେଟ୍ ବୁକିଂ କାଉଣ୍ଟର ମାଧ୍ୟମରେ ଟିକେଟ୍ ସୁଗମ ବ୍ୟବସ୍ଥା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଯାତ୍ରୀଙ୍କ ସୁବିଧା ପାଇଁ ମେଳା ଶେଡ୍ ଏବଂ ସୁରକ୍ଷା ବ୍ୟବସ୍ଥା, କ୍ୟାଟରିଂ ଏବଂ ଆତିଥ୍ୟ, ମେଡିକାଲ୍ ସୁବିଧା ଏବଂ ଆମ୍ବୁଲାନ୍ସ, ଅନବରତ ବିଦ୍ୟୁତ୍ ଯୋଗାଣ, ଜଳ ଯୋଗାଣ, ପରିଷ୍କାର ପରିଚ୍ଛନ୍ନତା, ସୁରକ୍ଷା, ପାନୀୟ ଜଳ ଏବଂ ପର୍ଯ୍ୟାପ୍ତ ଶୌଚାଳୟ ବ୍ୟବସ୍ଥା ଇତ୍ୟାଦି।

Leave A Reply

Your email address will not be published.