ପ୍ରମୁଖ ଖବର

୨୦୨୭ରେ ହେବାକୁ ଥିବା ୩୯ତମ ଜାତୀୟ କ୍ରୀଡ଼ା ଆୟୋଜନ ପାଇଁ ହୋଷ୍ଟ ଷ୍ଟେଟ୍ ଏଗ୍ରିମେଣ୍ଟ (HSA) ସ୍ୱାକ୍ଷରିତ
ଓଡ଼ିଶାର ୧୧ ଖଣିଜ ବ୍ଲକ ନିଲାମ ପାଇଁ ପ୍ରକ୍ରିୟା ଆରମ୍ଭ
ଲାଲୁ-ରାବ୍ରୀଙ୍କୁ ବଙ୍ଗଳା ଖାଲି ନୋଟିସ, ରାବ୍ରୀଙ୍କ ଦୃଢ଼ ଜବାବ- ‘ଆମେ ଛାଡ଼ିବୁ ନାହିଁ’
ପୁଅ ଯତିନ୍ଦ୍ରଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଦାବି କଲେ ସିଦ୍ଧରମେୟା
‘ଶନିବାରଠାରୁ ଆରମ୍ଭ ହେବ ଏସ୍‌ଆଇଆର୍ କାର୍ଯ୍ୟକ୍ରମ
ସିଦ୍ଧରମେୟାଙ୍କ ଇସ୍ତଫା ଗ୍ରହଣ, ଡିକେ ଶିବକୁମାର ହେବେ ନୂଆ ମୁଖ୍ୟମନ୍ତ୍ରୀ

ବୁକିଂ କରିବାର ୪୮ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ୍

0

ଭୁବନେଶ୍ବର: ଅର୍ଡର ଦେବାର ୪୮ ଘଣ୍ଟା ମଧ୍ୟରେ ଘରେ ପହଞ୍ଚିବ ଗ୍ୟାସ। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ନିଆଯିବ କଡା କର୍ଯ୍ୟାନୁଷ୍ଠାନ। ପେଟ୍ରୋଲ, ଡିଜେଲ ଓ ଏଲପିଜି ଡିଲର୍‌ ସଂଘ ସହ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମଙ୍ଗଳବାର ଏକ ବୈଠକ କରିଛନ୍ତି। ଏକ ବୈଠକରେ ଖାଉଟିଙ୍କୁ ଉତ୍ତମ ସେବା ପ୍ରଦାନ ଉପରେ ଗୁରୁତ୍ୱ ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଗ୍ୟାସ୍ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚିବା ଦରକାର। ନହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପେଟ୍ରୋଲ, ଡିଜେଲ୍ ମାନରେ କୌଣସି ସାଲିସ୍ କରାଯିବନି। ନିୟମିତ ଭାବେ ପେଟ୍ରୋଲ ଟାଙ୍କି ମାନଙ୍କରେ ଯାଞ୍ଚ କରାଗଲେ ଯଦି କେହି ଅପମିଶ୍ରଣ କରୁଥିବା ଜଣାପଡ଼ିବ, ତାହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ। ଖାଉଟିଙ୍କୁ ଉତ୍ତମ ସେବା ପ୍ରଦାନକୁ ପ୍ରାଥମିକତା ଦେଇ ଏସବୁ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି।

Leave A Reply

Your email address will not be published.