ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜୁଲାଇ ୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

0

ଭୁବନେଶ୍ବର: ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ତାରିଖ। ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଜୁଲାଇ ୨୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ ହେବ। ୮୩ଟି ପରିକ୍ଷା କେନ୍ଦ୍ରରେ ମୋଟ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ବିଏସଇ ଏବଂ ଏସଓଏସସି ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପାସ୍‌ କରିଥିଲେ ୫ ଲକ୍ଷ ୩୦ ହଜାର ୧୫୩ ଜଣ। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଥିଲା। ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୫.୩୯% ରହିଥିଲା।

Leave A Reply

Your email address will not be published.