ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଜୁଲାଇ ୨୧ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

0

ଭୁବନେଶ୍ବର: ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ତାରିଖ। ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଜୁଲାଇ ୨୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ ହେବ। ୮୩ଟି ପରିକ୍ଷା କେନ୍ଦ୍ରରେ ମୋଟ ୯୭୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏସଓଏସସିରେ ୧୨୧ କେନ୍ଦ୍ରରେ ୨୪,୫୨୦ ପିଲା ପରୀକ୍ଷା ଦେବେ। ଏ ନେଇ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ବିଏସଇ ଏବଂ ଏସଓଏସସି ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ପାସ୍‌ କରିଥିଲେ ୫ ଲକ୍ଷ ୩୦ ହଜାର ୧୫୩ ଜଣ। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍‌ ହାର ଅଧିକ ରହିଥିଲା। ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍‌ ହାର ୯୫.୩୯% ରହିଥିଲା।

Leave A Reply

Your email address will not be published.