ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ

0

ପୁରୀ: ପୁରୀ ରାତି ପାହିଲେ ପବିତ୍ର ସୁନାବେଶ ବା ବଡ଼ତଢ଼ାଉ ବେଶ। ରଥ ଉପରେ ଶ୍ରୀଜୀଉମାନଙ୍କ ସୁବର୍ଣ୍ଣ ବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ବେଳେ ଶାନ୍ତି ଶୃଙ୍ଖଳା ସହ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କିଭଳି ଅନୁଷ୍ଠିତ ହେବ ସେନେଇ ସମସ୍ତ ପ୍ରସ୍ତୁତି କରିଛି ଶ୍ରୀମନ୍ଦିର ପ୍ରଶାସନ । ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଜିଲ୍ଲା ଓ ପୋଲିସ ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି।ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ଆରମ୍ଭ ହେବ। ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି। ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସଂଧ୍ୟା ୫ଟାରୁ ୬ଟା ମଧ୍ୟରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶରେ ମହାପ୍ରଭୁ ଦର୍ଶନ ଦେବେ ବୋଲି ଜଣାପଡିଛି।

Leave A Reply

Your email address will not be published.