ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ

0

ପୁରୀ: ପୁରୀ ରାତି ପାହିଲେ ପବିତ୍ର ସୁନାବେଶ ବା ବଡ଼ତଢ଼ାଉ ବେଶ। ରଥ ଉପରେ ଶ୍ରୀଜୀଉମାନଙ୍କ ସୁବର୍ଣ୍ଣ ବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ବେଳେ ଶାନ୍ତି ଶୃଙ୍ଖଳା ସହ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି କିଭଳି ଅନୁଷ୍ଠିତ ହେବ ସେନେଇ ସମସ୍ତ ପ୍ରସ୍ତୁତି କରିଛି ଶ୍ରୀମନ୍ଦିର ପ୍ରଶାସନ । ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଜିଲ୍ଲା ଓ ପୋଲିସ ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସୁନାବେଶ ପାଇଁ ନୀତି ନିର୍ଘଣ୍ଟ ହୋଇଛି। ମହଣ ମହଣ ସୁନା ପିନ୍ଧି ବଧବାର ରଥ ଉପରେ ଦର୍ଶନ ଦେବେ ମହାପ୍ରଭୁ ଜଗନ୍ନାଥ, ସୁଭଦ୍ରା ଓ ବଳଭଦ୍ର। ଏଥିପାଇଁ ସବୁ ସମୟ ଧାର୍ଯ୍ୟ କରାଯାଇଛି।ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ଆରମ୍ଭ ହେବ। ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି। ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ହେବ। ଆଉ ସଂଧ୍ୟା ୫ଟାରୁ ୬ଟା ମଧ୍ୟରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶରେ ମହାପ୍ରଭୁ ଦର୍ଶନ ଦେବେ ବୋଲି ଜଣାପଡିଛି।

Leave A Reply

Your email address will not be published.