କଟକ; କଟକ ବଡ଼ ଡାକ୍ତରଖାନାରେ ହାଉସ ସର୍ଜନଙ୍କୁ ଦାଦାଗିରି କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ମନମୁଖୀ କାମ ଯୋଗୁ କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ହାଉସ ସର୍ଜନ ଏବଂ ନର୍ସ ଧାରଣା ଦେଇଛନ୍ତି। ମେଡିଶିନ ୱାର୍ଡରେ ଜଣେ ରୋଗୀଙ୍କୁ ରକ୍ତ ଦେବାରେ ବିଳମ୍ବ ନେଇ ଏହି ବିବାଦ ଦେଖାଯାଇଛି।
ସୂଚନା ଅନୁସାରେ, କଟକ ବଡ଼ ଡାକ୍ତରଖାନାରେ ମେଡିଶିନ ୱାର୍ଡରେ ଜଣେ ରୋଗୀଙ୍କୁ ରକ୍ତ ଦେବାର ଥିଲା କିନ୍ତୁ ହାଉସ ସର୍ଜନ ଆସିବାରେ ବିଳମ୍ବ ହେବାରୁ ରକ୍ତ ଦେବାରେ ବିଳମ୍ବ ହୋଇଥିଲା ଏ ନେଇ ନର୍ସ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ୧୦ ଜଣ ହାଉସ ସର୍ଜନ ସମ୍ପୃକ୍ତ ନର୍ସଙ୍କୁ ଅଫିସ ରୁମରେ ବନ୍ଦ କରି ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବଡ଼ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି। ହାଉସ ସର୍ଜନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ନର୍ସ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ