ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ସୁନା ବେଶରେ ଦର୍ଶନ ଦେଲେ ତିନି ଠାକୁର

0

ପୁରୀ: ରଥ ଉପରେ ବିରାଜିତ ତିନି ଠାକୁରଙ୍କ ଅପୂର୍ବ ଦୃଶ୍ୟ। ପାଦରୁ ମସ୍ତକ ପର୍ଯ୍ୟନ୍ତ ମହଣ ମହଣ ସ୍ଵର୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦିବ୍ୟ ଦର୍ଶନ ଦେଉଛନ୍ତି ତିନି ଠାକୁର।

ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରମଣୀୟ ସୁନାବେଶ ଅନୁଷ୍ଠିତ ହୋଇଛି। ସିଂହଦ୍ୱାର ସମ୍ମୁଖରେ ଶ୍ରୀଜିଉଙ୍କୁ ସୁନାବେଶରେ ଦେଖି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ରଥାରୂଢ଼ ତିନି ଠାକୁରଙ୍କ ଦୁର୍ଲଭ ସୁନାବେଶ ଦର୍ଶନ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ। ପ୍ରଭୁଙ୍କ ଏହି ଦିବ୍ୟ ବେଶ ଦେଖିବାକୁ ପୁରୀରେ ହୋଇଛି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ। ତେବେ ଚଳିତ ବର୍ଷ ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ। ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ।

ଅନ୍ୟପଟରେ ସୁନାବେଶ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାବେଶକୁ ଦୃଷ୍ଟିରେ ରଖି ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିଛ। ଶ୍ରୀଜିଉଙ୍କ ସୁନାବେଶ ଦର୍ଶନ ପାଇଁ ପ୍ରାୟ ୧୫ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ଶ୍ରୀଜିଉମାନେ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ୧୯୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ପ୍ରାୟ ୨ ହଜାର ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ରଥ ଚତୁଃପାର୍ଶ୍ବ ଏବଂ ବଡ଼ଦାଣ୍ଡରେ ଗହଳି ନିୟନ୍ତ୍ରଣ ଉପରେ ଅଧିକ ଗୁରୁତ୍ବ ଦିଆଯାଉଥିବା ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.