ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ତେଜୁଛି ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫଙ୍କ ବିବାଦ

0

କଟକ: କଟକ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ଅଧୀକ୍ଷକଙ୍କ ହସ୍ତକ୍ଷେପ ପରେ ବି ବିବାଦ ସମାଧାନ ହୋଇପାରି ନାହିଁ।ଫଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଡାକରା ଦେଇ ଆନ୍ଦୋଳନରେ ବସିଛି ହାଉସ ସର୍ଜନ ସଂଘ।

ତେବେ କଟକ ମେଡିକାଲରେ ହାଉସ୍ ସର୍ଜନ ଓ ନର୍ସିଂ ଷ୍ଟାଫଙ୍କ ମଧ୍ୟରେ ବିବାଦ ଏବେ ତେଜିବାକୁ ଆରମ୍ଭ କରିଛି। କେବଳ ଜରୁରୀକାଳୀନ ବିଭାଗକୁ ଛାଡ଼ି ଦେଲେ ଇନ୍ ଡୋର ଓ ଆଉଟଡୋର୍‌ ସବୁଠି ସେବା ବନ୍ଦ କରିଛନ୍ତି। ଫଳରେ ଏସସିବିରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ସେପଟେ ମଙ୍ଗଳବାର ଶତାଧିକ ନର୍ସିଂ ଷ୍ଟାଫ୍ ଓ ଜୁନିଅର ଡ଼ାକ୍ତର ଏସସିବି ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିଥିଲେ। ଏହାପରେ ଆଜି ଆନ୍ଦୋଳନଙ୍କୁ ଓହ୍ଲାଇଛି ହାଉସ ସର୍ଜନ ସଂଘ।

ସୂଚନାଯୋଗ୍ୟ, ରବିବାର ସଂଧ୍ୟାରେ ମେଡ଼ିସିନ ୱାର୍ଡରେ ରୋଗୀଙ୍କୁ ରକ୍ତ ଦେବାକୁ ନେଇ ଉଭୟ ନର୍ସିଂ କର୍ମଚାରୀ ଓ ହାଉସ ସର୍ଜନଙ୍କ ଭିତରେ କଥା କଟାକଟି ହୋଇଥିଲା। ନର୍ସିଂ କର୍ମଚାରୀଙ୍କୁ ହାଉସ ସର୍ଜନ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶତାଧିକ ନର୍ସମାନେ ଗତକାଲି ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ସେପଟେ ନର୍ସିଂ କର୍ମଚାରୀଙ୍କ ବିରୁଦ୍ଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି ଜୁନିଅର୍ ଡାକ୍ତର। ସେପଟେ ଏନେଇ ମେଡିକାଲ କର୍ତ୍ତୃପକ୍ଷ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

ଅନ୍ୟପକ୍ଷରେ କାଲିଠୁ ସାରା ରାଜ୍ୟରେ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ କରିବେ ନର୍ସିଂ କର୍ମଚାରୀ। ୩ ଦିନ ପ୍ରତିକାତ୍ମକ ଆନ୍ଦୋଳନ କରିବେ ନର୍ସିଂ କର୍ମଚାରୀ। ସମାଧାନ ନ ହେଲେ ୨୪ ତାରିଖରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ।

Leave A Reply

Your email address will not be published.