ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ମହାରାଷ୍ଟ୍ର ପୋଲିସ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଗଡଚିରୋଲି ଏସପି ନିଲୋତ୍ପଳ କହିଛନ୍ତି, ଅପରାହ୍ନରୁ ପ୍ରବଳ ଗୁଳି ବିନିମୟ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ୬ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଚାଲିଥିଲା। ବର୍ତ୍ତମାନ ସୁଦ୍ଧା ଏହି ଅଞ୍ଚଳରେ ଖୋଜାଖୋଜି ବେଳେ ୧୨ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ମୃତ ମାଓବାଦୀଙ୍କ ପରିଚୟ ଏବଂ ଏହି ଅଞ୍ଚଳର ସନ୍ଧାନ ଜାରି ରହିଛି।

ମହାରାଷ୍ଟ୍ରର ଗଡଚିରୌଲିରେ ୧୨ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୧୨ ଜଣ ନକ୍ସଲ ନିପାତ ହୋଇଥିବାବେଳେ ବହୁ ମାଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସେଥିମଧ୍ୟରେ ୩ଟି AK-୪୭, ଦୁଇଟି ରାଇଫଲ ଦି ରହିଛି । ସୂଚନା ମୁତାବକ ମହାରାଷ୍ଟ୍ରର ଗଡଚିରୌଲି ଜିଲ୍ଲାରେ ଚାଲିଥିଲା ମାଓ ଦମନ ଅଭିଯାନ। ଯେଉଁ ଅଭିଯାନ ସମୟରେ ଯବାନଙ୍କ ଗୁଳିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି।

ପୋଲିସ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଆଜି (ବୁଧବାର) ସକାଳ ୧୦ଟା ସମୟରେ ଗଡଚିରୌଲିରେ ଏକ ଅଭିଯାନ ଆରମ୍ଭ ହୋଇଥିଲା। ଯେଉଁଥିରେ ଡେପୁଟି ଏସପିଙ୍କ ନେତୃତ୍ବରେ ମହାରାଷ୍ଟ୍ର ପୋଲିସର ଏକ ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ କହିଛନ୍ତି, ରାଜ୍ୟ ସରକାରଙ୍କ ତରଫରୁ ମୁଁ ଗଡଚିରୋଲି ପୋଲିସ ଟିମ୍‌ ପାଇଁ ୫୧ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରୁଛି।

Leave A Reply

Your email address will not be published.