ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବନ୍ଦ ହେବନି ଆହାର ଯୋଜନା: ନଗର ଉନ୍ନୟନ ମନ୍ତ୍ରୀ

0

ଭୁବନେଶ୍ବର: ଜନସାଧାରଣଙ୍କ ପାଇଁ ଖୁସି ଖବର। ବନ୍ଦ ହେବନି ଆହାର ଯୋଜନା। ତେବେ ବଦଳି ପାରେ ଆହାର କେନ୍ଦ୍ରର ନାଁ । ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ଲୋକପ୍ରିୟ ଆହାର ଯୋଜନା ବନ୍ଦ କରାଯିବନି। ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ଗସ୍ତ କରି ଏହି ଘୋଷଣା କରିଛନ୍ତି। ଆହାର ପ୍ରତି ଲୋକଙ୍କ ଆଗ୍ରହ ଅଛି, ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ମନ୍ତ୍ରୀ।

ସୂଚନା ଅନୁସାରେ, ଆଜି ସକାଳୁ କ୍ୟାପିଟାଲ ହସ୍ପିଟାଲ ଆହାର କେନ୍ଦ୍ର ପରିଦର୍ଶନ କରିବାକୁ ପହଞ୍ଚିଥିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଆହାର କେନ୍ଦ୍ର ବୁଲି ସମୀକ୍ଷା କରିବା ସହ ଟୋକେନ୍ କାଟି ନିଜେ ଲୋକଙ୍କ ସହ ବସି ଆହାର କେନ୍ଦ୍ରରେ ଖାଇଥିଲେ। ତେବେ ରାଜ୍ୟରେ ବର୍ତମାନ ପନିପରିବା ଦର ଅଧିକ ରହିଥିବାରୁ ଖାଦ୍ୟରେ ପରିବା କମିଥିବା କଥା ମନ୍ତ୍ରୀ ସ୍ୱୀକାର କରିଛନ୍ତି। ଆଗକୁ ଖାଦ୍ୟ ଥାଳିରେ କ’ଣ ଅଧିକ ଦେଇହେବ ତାକୁ ନେଇ ବିଭାଗ ସମୀକ୍ଷା କରିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ତେବେ ‘ଆହାର’ ପ୍ରତି ଲୋକଙ୍କ ଆଗ୍ରହ ଥିବାରୁ ଏହା ଏକ ଲୋକପ୍ରିୟ ଯୋଜନା। ତେବେ ଆହାର ନାଁ ପରିବର୍ତ୍ତନ କରାଯିବ କି ନାହିଁ ପରବର୍ତ୍ତୀ ସମୟରେ ସମୀକ୍ଷା ହେବ।

Leave A Reply

Your email address will not be published.