ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି କ୍ଷେତ୍ର ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ରେ ଚିହ୍ନିତ ଲଘୁଚାପ/ ଅବପାତ ର ରୂପ ନେଇପାରେ। ଏହି କ୍ଷେତ୍ର ଟି ଉତ୍ତର ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳ ଆଡକୁ ଗତି କରିବ।

ପ୍ରଭାବ ରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅଧିକାଂଶ ଅଞ୍ଚଳ ରେ ବର୍ଷା ହେବା ସହ ଦକ୍ଷିଣ ଓ ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୧୨-୨୦ସେମି) ସମ୍ଭାବନା ରହିଛି। କୋରାପୁଟ, କନ୍ଧମାଳ, ନବରଙ୍ଗପୁର , ରାୟଗଡ଼ା, ମାଲକାନଗିରି ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ୨୦ ସେମି ରୁ ଅଧିକ ବର୍ଷା ସମ୍ଭାବନା ରହିଛି। ରାଜ୍ୟ ର ଅନ୍ୟ ସବୁ ଜିଲ୍ଲା ର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଦକ୍ଷିଣ ଉପକୂଳ ତଥା ଆଭ୍ୟନ୍ତର ଓଡ଼ିଶା ର କିଛି ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା ଉପୁଜି ପାରେ। ଏହି ସମୟ ରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ ଓ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି/ଘଣ୍ଟା ରହିପାରେ।

Leave A Reply

Your email address will not be published.