ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

0

କଟକ: ଡାକ୍ତରଖାନାରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କଟକ ଏସସିବି ମେଡିକାଲରେ ଭର୍ତ୍ତି ହେଲେ କମଳା ପୂଜାରୀ। ସେ କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି।

ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.