ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସରିଲା ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର

0

ପୁରୀ: ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି। ଭଣ୍ଡାର ଘରୁ ସମସ୍ତ ଅଳଙ୍କାର ଖଟଶେଯ ଗୃହରେ ହୋଇଥିବା ଅସ୍ଥାୟୀ ଭଣ୍ଡାର ଘରକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଅଳଙ୍କାର ସ୍ଥାନାନ୍ତର ପରେ ତଦାରଖ ଟିମ୍ ଭଣ୍ଡାର ଘରୁ ବାହାରିବା ପରେ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାରକୁ ଲକ୍ କରାଯାଇଛି।

ଏହି ବିଷୟରେ ଜଷ୍ଟିସ ବିଶ୍ଵନାଥ ରଥ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଛି। ସ୍ଥାନାନ୍ତରଣ ପାଇଁ ଆମ ୧୧ ଜଣଙ୍କ ସହ ଅନ୍ୟମାନଙ୍କ ସହାୟତା ନେଇଥିଲୁ। କେବଳ କଟର ଓ ଇଲେକ୍ଟ୍ରି ସହାୟକଙ୍କ ଛଡ଼ା ଆଉ କାହାର ସହଯୋଗ ଲୋଡ଼ା ପଡ଼ିଲାନାହିଁ।

ବିଶ୍ଵନାଥ ରଥ ଆହୁରି କହିଛନ୍ତି, ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ। ଆମ ଆଖିରେ ଆମେ ସେମିତି କିଛି ସୁଡ଼ଙ୍ଗ ଦେଖିପାରିଲୁନି। ଗୁପ୍ତ ଭଣ୍ଡାର, ସୁଡ଼ଙ୍ଗ ହେଉଥିବା ଚର୍ଚ୍ଚା ତଥ୍ୟ ପର୍ଯ୍ୟବଷିତ ନୁହେଁ। ଭିତର ରତ୍ନଭଣ୍ଡାରରେ ଥିଲା ୪ଟି ଆଲମିରା ଓ ୩ଟି ସିନ୍ଦୁକ ଅଛି । ଏଥିରୁ ୩ଟି କାଠ ଆଲମିରା ହୋଇଥିବା ବେଳେ ଗୋଟିଏ ଷ୍ଟିଲ ଆଲମିରା ଥିଲା । ଯାହାକୁ ସ୍ଥାନାନ୍ତର କରାଯାଇଛି ।’‘୩ଟି ସିନ୍ଦୁକ ମଧ୍ୟରୁ ଦୁଇଟି କାଠ ଆଲମିରା ଥିବା ବେଳେ ଗୋଟିଏ ଲୁହାରେ ଥିଲା । ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।
ଏଥିସହ ଜଷ୍ଟିସ ରଥ କହିଛନ୍ତି, ରତ୍ନଭଣ୍ଡାରରେ କଣ ଅଛି କାହାକୁ କୁହାଯିବ ନାହିଁ। ଆପଣଙ୍କ ଘରେ କ’ଣ ଅଳଙ୍କାର ଅଛି, ଆପଣ କାହାକୁ କହିନଥାନ୍ତି। ସେମିତି ମହାପ୍ରଭୁଙ୍କର କ’ଣ ଅଳଙ୍କାର ଅଛି, ତାକୁ ପ୍ରକାଶ କରିବୁ ନାହିଁ। ଏନେଇ ଆମେ ସମସ୍ତ ସଦସ୍ୟ ମହାପ୍ରଭୁଙ୍କ ନାଁରେ ଶପଥ ନେଇଛୁ। ଯାହା ଦେଖିଛୁ ତାହା ଆମ ମୁଣ୍ଡକୁ ଯିବ, କିନ୍ତୁ ତୁଣ୍ଡରୁ ବାହାରିବ ନାହିଁ। ଏପଟେ ବାହାରକୁ ବାହାରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି,ସମସ୍ତଙ୍କ ପାଇଁ ଖୁସି ଖବର । ସୁରୁଖୁରୁରେ ଭିତର ଭଣ୍ଡାର ଅଳଙ୍କାରର ସ୍ଥାନାନ୍ତର ସମ୍ପନ୍ନ ହୋଇଛି।

Leave A Reply

Your email address will not be published.