ପ୍ରମୁଖ ଖବର

ସେପ୍ଟେମ୍ବର ୨୧ରେ ଶପଥ ଗ୍ରହଣ କରିବେ ଅତିଶୀ, ସ୍ପଷ୍ଟ କଲା ଆପ୍‌
ଅତିଶୀଙ୍କ ମନ୍ତ୍ରିମଣ୍ଡଳର ନୂଆ ମୁହଁ ହେବେ ମୁକେଶ ଅହଲୱାଟ
ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ, ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ସମ୍ବଲପୁରୀ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ

ଖୋଲିଲା ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର

0

ପୁରୀ: ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଆଜି ପୂର୍ବାହ୍ନ ୯ଟା ୫୧ ମିନିଟ୍‌ରେ ଖୋଲିଛି ଶ୍ରୀମନ୍ଦିରର ଭିତର ରତ୍ନ ଭଣ୍ଡାର। ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ବାହାର କରାଯାଇ ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମ୍‌କୁ ନିଆ ଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସି ଉପସ୍ଥିତ ରହି ରତ୍ନ ଭଣ୍ଡାର ଦେଖିଥିଲେ। ଗଜପତି ମହାରାଜଙ୍କ ଉପସ୍ଥିତରେ ଭିତର ରତ୍ନଭଣ୍ଡାରରୁ ଖଟଶେଯ ଘରକୁ ଅଳଙ୍କାର ସ୍ଥାନାନ୍ତର ଆରମ୍ଭ ହୋଇଛି।

ତେବେ ଭିତର ରତ୍ନଭଣ୍ଡାରରୁ ଫେରି ଗଜପତି ମହାରାଜା ଏହି କାର୍ଯ୍ୟ ସନ୍ଧ୍ୟା ସୁଦ୍ଧା ଶେ‌ଷ ହେବ ବୋଲି କହିଛନ୍ତି। ରତ୍ନଭଣ୍ଡାରର ମରାମତି ଆବଶ୍ୟକ ବୋଲି ବି ସେ କହିଛନ୍ତି। ଗଜପତି ଆହୁରି କହିଛନ୍ତି ଯେ, ଖଟଶେଯ ଘରେ ଗହଣା ଓ ମୂଲ୍ୟବାନ ସାମଗ୍ରୀ ରଖାଯିବ। ଏହାପରେ କବାଟ ସିଲ୍ କରାଯିବ। କବାଟ ସିଲ୍ ହୋଇ ମୁଖ୍ୟ ପ୍ରଶାସକ ସରକାରୀ ଟ୍ରେଜେରିରେ ଚାବି ଦାଖଲ କରିବେ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ। ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ। ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ। ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି। କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ମନ୍ଦିର ପ୍ରବେଶ କରିଛନ୍ତି।

Leave A Reply

Your email address will not be published.