ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପୁରୀରେ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେଲେ ଜେପି ନଡ୍ଡା

0

ପୁରୀ: ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ। ଏହାକୁ ଉଦଘାଟନ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ଓ ବିଭିନ୍ନ ପଦାଧିକାରୀ ଏହି ବୈଠକରେ ଯୋଗ ଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ କ୍ଷେତ୍ରୀୟ ପ୍ରଭାରୀ, ରାଜ୍ୟ ପ୍ରଭାରୀଙ୍କ ସମେତ ବିଜେପିର ସମସ୍ତ ପଦାଧିକାରୀ ଉପସ୍ଥିତ ଅଛନ୍ତି। ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ବସିଛି। ବୈଠକରେ ଆଗାମୀ ଦିନରେ ରଣନୀତି ପ୍ରସ୍ତୁତ ହୋଇଛି। ଏହାପୂର୍ବରୁ ବିଜେପିର ପଦାଧିକାର ବୈଠକ ବସିଥିଲା।

ଏହି ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉଶେଣ୍ଡି, ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦର ସଦସ୍ୟମାନେ ଉପସ୍ଥିତ ରହିଛନ୍ତି।

ବୈଠକରେ ୩ ‘ସ’କୁ ଗୁରୁତ୍ୱ ଦିଆଯାଇଛି। ଏହି ୩ ସ’ ହେଉଛି ‘ସରକାର, ସଂଗଠନ ଏବଂ ସାଧାରଣ ଲୋକ’। ସରକାର ଏବଂ ଜନସାଧାରଣଙ୍କ ମଧ୍ୟରେ ସେତୁ ଭଳି କାର୍ଯ୍ୟ କରିବ ସଂଗଠନ। ସଂଗଠନ ଲୋଙ୍କ ସମସ୍ୟା ଏବଂ ତୃଣମୂଳସ୍ତରରୁ ସମସ୍ୟା ଆଣି ସରକାରଙ୍କୁ ଦେବ ବୋଲି ପଦାଧିକାରୀ ବୈଠକ ପରେ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

ପୁରୀ କାର୍ଯ୍ୟକାରିଣୀରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶାବାସୀଙ୍କୁ ପ୍ରଣାମ ଜଣାଇଛନ୍ତି ସେ କହିଛନ୍ତି ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ ଦେଲେ ନଡ୍ଡା। ନଡ୍ଡା କହିଛନ୍ତି, ଓଡ଼ିଶାକୁ ବିକାଶ ପଥରେ ନେବାର କୌଣସି ସୁଯୋଗ ଛାଡ଼ିବନି ବିଜେପି। ଲୋକସଭା ସିଟ୍‌ ଡବଲ କରିବାକୁ କହିଥିଲି, ଆପଣମାନେ ୨୦ ସିଟ୍‌ ଦେଲେ। ଲୋକସଭା ପାଇଁ ୪୫% ଭୋଟ୍‌ ଦେଲେ, ଆପଣମାନଙ୍କୁ କୃତଜ୍ଞତା ଜଣାଉଛି।

Leave A Reply

Your email address will not be published.