ପ୍ରମୁଖ ଖବର

ପୁତୁରାଙ୍କୁ ପୁଣି ବିଦା କଲେ ମାୟାବତୀ, ଦଳର ଜାତୀୟ ସଂଯୋଜକ ପଦବିରୁ ବିଦା ହେଲେ ଆକାଶ ଆନନ୍ଦ
ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ
ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରି କ୍ଷମା ମାଗିଲେ ବିଦେଶିନୀ ଓ ଷ୍ଟୁଡିଓ ମାଲିକ
ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ,ପାଖରୁ ମିଳିଲା ଗଞ୍ଜେଇ
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ
ହାଇଓ୍ୱେ କଡରେ ରହିବନି ମଦ ଦୋକାନ । ଇ-ରିକ୍ସା ଡ୍ରାଇଭରଙ୍କ ଯାଞ୍ଚ ଜରୁରୀ । ଯୋଗୀ ଜାରି କଲେ ନୂଆ ଆଦେଶ
ଅନାସ୍ଥାଭୋଟରେ ପଦ ହରାଇଲେ ଝାରସୁଗୁଡ଼ା ବ୍ରଜରାଜନଗର ପୌରାଧ୍ୟକ୍ଷା
ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି

ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ କଳାଠାକୁର

0

ପୁରୀ: ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରି ନୀଳାଦ୍ରି ବିଜେ କରିବେ କଳା ଠାକୁର। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି । ଏହା ସହ ସାରା ବିଶ୍ୱରେ ରସଗୋଲାକୁ ଅଧିକ ପରିଚିତ କରିବା ଉଦ୍ଦେଶ୍ୟରେ ମଧ୍ୟ ଏହି ଦିବସକୁ ପାଳନ କରାଯାଏ । ପ୍ରତିବର୍ଷ ଭଳି ଏବର୍ଷ ମହାପ୍ରଭୁଙ୍କ ନୀଳାଦ୍ରିବିଜେ ଅବସରରେ ପାଳନ ହେଉଛି ରସଗୋଲା ଦିବସ। ଓଡ଼ିଆମାନଙ୍କ ପ୍ରିୟ ଖାଦ୍ୟ ମଧ୍ୟରୁ ରସଗୋଲା ଅନ୍ୟତମ। କେତେକ ଓଡ଼ିଆ ଗବେଷକଙ୍କ ମତରେ ଜଗନ୍ନାଥ ପରମ୍ପରାରେ ରସଗୋଲାର ବ୍ୟବହାର ଦ୍ୱାଦଶ ଶତାବ୍ଦୀରୁ ଚାଲିଆସୁଛି। ବିଶ୍ୱାସ ରହିଛି, ନୀଳାଦ୍ରି ବିଜେରେ ଅଭିମାନିନୀ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ମହାପ୍ରଭୁ ଜଗନ୍ନାଥ ମା’ ଲକ୍ଷ୍ମୀଙ୍କୁ ରସଗୋଲା ଭେଟି ଦିଅନ୍ତି। ରଥଯାତ୍ରାରେ ସାଥିରେ ନେଇନଥିବାରୁ ଜଗନ୍ନାଥଙ୍କ ଉପରେ ରାଗିଛନ୍ତି ଅଭିମାନିନୀ ମାଆ ଲକ୍ଷ୍ମୀ ସାଆନ୍ତାଣୀ । ତେଣୁ କାଳିଆ ଠାକୁର ଆଜି ଶ୍ରୀମନ୍ଦିରକୁ ପ୍ରବେଶ ସମୟରେ ବାଟ ଓଗାଳିବେ ମା ଲକ୍ଷ୍ମୀ । ଏହାପରେ ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବା ପରେ ମହାପ୍ରଭୁ ଜଗନ୍ନାଥ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥାନ୍ତି।୨୦୧୫ ଜୁଲାଇ ୩୦ ନୀଳାଦ୍ରି ବିଜେ ଦିନ ଏହା ପ୍ରଥମେ ଆରମ୍ଭ ହୋଇଥିଲା । ଏହା ପରେ ୨୦୧୬ ଜୁଲାଇ ୧୭ ଠାରୁ ଏହି ଦିବସ ପାଳନ ହେଉଛି । ରସଗୋଲାକୁ ନେଇ ପଶ୍ଚିମବଙ୍ଗ ଓ ଓଡିଶା ମଧ୍ୟରେ ‘ମିଠାଯୁଦ୍ଧ’ ଆରମ୍ଭ ହୋଇଥିଲା । ୨୦୦୯ ମସିହା ଜୁଲାଇ ୨୯ ତାରିଖରେ ଓଡିଶାର ରସଗୋଲାକୁ ଜିଆଇ ଟ୍ୟାଗ୍ ମିଳିଥିଲା ।

Leave A Reply

Your email address will not be published.