ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ଗତି ଉତର ପଶ୍ଚିମ ମୁହାଁ ହେବା ସମ୍ଭାବନା ଥିବା ବେଳେ ଶନିବାର ପୂର୍ବାହ୍ଣ ସୁଦ୍ଧା ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଦକ୍ଷିଣ ଏବଂ ପଶ୍ଚିମ ଅଂଚଳରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ରାତିରୁ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟ। ଜାରି ରହିବ। ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି।

ଆସନ୍ତା ମଙ୍ଗଳବାର ଠାରୁ ଉତର ଓଡ଼ିଶା ଏବଂ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଉତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ଆଗାମୀ ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ।

Leave A Reply

Your email address will not be published.