ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି ।
ଏହାର ଗତି ଉତର ପଶ୍ଚିମ ମୁହାଁ ହେବା ସମ୍ଭାବନା ଥିବା ବେଳେ ଶନିବାର ପୂର୍ବାହ୍ଣ ସୁଦ୍ଧା ପୁରୀ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ସିଇସି ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଦକ୍ଷିଣ ଏବଂ ପଶ୍ଚିମ ଅଂଚଳରେ ଶୁକ୍ରବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଶୁକ୍ରବାର ରାତିରୁ ଉପକୂଳ, ଉତର ଏବଂ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଶନିବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହି ପ୍ରକ୍ରିୟ। ଜାରି ରହିବ। ସେହିପରି ମଙ୍ଗଳବାର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି।

ଆସନ୍ତା ମଙ୍ଗଳବାର ଠାରୁ ଉତର ଓଡ଼ିଶା ଏବଂ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କାରଣରୁ ଉତର ଓ ପଶ୍ଚିମ ଓଡ଼ିଶାରେ ତଥା ମହାନଦୀ, ବୈତରଣୀ, ବ୍ରାହ୍ମଣୀ, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଅବବାହିକାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ଆଗାମୀ ଶୁକ୍ରବାର ପର୍ଯ୍ୟନ୍ତ ଜାରି ରହିବ।

Leave A Reply

Your email address will not be published.