ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଆସନ୍ତାକାଲି ବିଧାନସଭା ଆରମ୍ଭ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିସିପି ପ୍ରତୀକ ସିଂହ

0

ଭୁବନେଶ୍ବର: ଆସନ୍ତା କାଲିଠାରୁ ଆରମ୍ଭ ହେବକୁ ଯାଉଛି ସପ୍ତଦଶ ବିଧାନସଭା। ଆସନ୍ତାକାଲି ବିଧାନସଭାର ବଜେଟ୍ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବାବେଳେ ଜୁଲାଇ ୨୫ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ କରାଯିବ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିବେ।

ଅନ୍ୟପଟେ ସପ୍ତଦଶ ବିଧାନସଭା ପାଇଁ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ ଷଡଙ୍ଗୀ। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ। ମାଷ୍ଟର କ୍ୟାଣ୍ଟିନରୁ ବିଧାନସଭା ପୂରା ଅଞ୍ଚଳ ସିସିଟିଭିରେ ରହିବ। ସେହିପରି ବିଧାନସଭାର ପ୍ରବେଶ ଓ ପ୍ରସ୍ଥାନ ପଥରେ ରହିବେ ସଶସ୍ତ୍ର ବାହିନୀ।

ଡିସିପି ପ୍ରତୀକ ସିଂହଙ୍କ ତତ୍ତ୍ୱାବଧାନରେ ସୁରକ୍ଷା ବ୍ୟବସ୍ଥା ପରିଚାଳିତ ହେବ। ସୁରକ୍ଷା ବ୍ୟବସ୍ଥାରେ ୨ ସେକ୍ସନ କ୍ୟୁଆରଟି ଟିମ୍‌, ୨ ୟୁନିଟ୍‌ ଏସ୍‌ଟିୟୁ, ଡଗ୍‌ ସ୍କ୍ୱାଡ୍‌ ଓ ବମ୍‌ ସ୍କ୍ୱାଡ୍‌ ମଧ୍ୟ ସାମିଲ ହେବେ। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତାରେ କଟକଣା ଜାରି କରାଯାଇଛି। ଅର୍ବାନ ପୁଲିସ୍‌ ଆକ୍ଟରେ ପୁଲିସ୍‌ କିଛି ରାସ୍ତାକୁ ବନ୍ଦ କରିବ।

ଏହା ସହ ଡିସିପିଙ୍କ ନେତୃତ୍ୱରେ ୬ ଜଣ ଅତିରିକ୍ତ ଡିସିପି,୧୯ ଜଣ ଏସିପି,୨୪ ଇନ୍ସପେକ୍ଟର, ୮୫ ଜଣ ସବ୍‌-ଇନ୍ସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିବେ। ବିଧାନସଭା ଚାରିପଟେ ସଶସ୍ତ୍ର ସୁରକ୍ଷା ବାହିନୀ ଆହୋରାତ୍ର ଜଗିବେ। ବିଧାନସଭା ଛାତ ଉପରେ ରୁଫ-ଟଫ ପୁଲିସ ରହିବେ। ପ୍ରବେଶ ପଥରେ ଚେକପୋଷ୍ଟ କରାଯିବା ସହିତ ବିଧାନସଭାକୁ ସଂଯୋଗ କରୁଥିବା ରୁଟକୁ ଡାଇଭର୍ଟ କରାଯିବ।

Leave A Reply

Your email address will not be published.