ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଉତ୍ତରାଖଣ୍ଡରେ ଭୂସ୍ଖଳନ ଘଟି ୩ ମୃତ ୮ ଆହତ

0

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଚିଡୱାସା ନିକଟରେ ରବିବାର ଦିନ ହୋଇଥିବା ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ। ମୃତ୍ୟୁବରଣ କରିଥିବା ୩ ଜଣଙ୍କ ମୃତଦେହକୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଜିଲ୍ଲା ପୋଲିସକୁ ହସ୍ତାନ୍ତର କରିଛି।

ସୂଚନା ଅନୁଯାୟୀ, କେଦାରନାଥ ମାର୍ଗରେ ଏହି ଅଘଟଣ ଘଟିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଏହି ଅଘଟଣରେ ଦୁଃଖପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଦୁର୍ଘଟଣାସ୍ଥଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଚାଲିଛି। ମୁଁ ଏନେଇ ଅଧିକାରୀଙ୍କ ସହ ଯୋଗାଯୋଗରେ ଅଛି। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ତୁରନ୍ତ ଭଲ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି।ତେବେ ଭକ୍ତମାନେ ଗୌରୀକୁଣ୍ଡରୁ କେଦାରନାଥ ଧାମ ଅଭିମୁଖେ ଯାଉଥିଲେ। ଚାର ଧାମ ଯାତ୍ରା ପାଇଁ ଭାରତ ତଥା ବିଦେଶରୁ ୨୬ ଲକ୍ଷରୁ ଅଧିକ ତୀର୍ଥଯାତ୍ରୀ ପଞ୍ଜୀକୃତ କରିଥିଲେ। ମେ ୧୦ରେ କେଦାରନାଥ ଧାମର ଦ୍ୱାର ଖୋଲିବା ପରଠାରୁ ୧ ଲକ୍ଷରୁ ଅଧିକ ଭକ୍ତ କେଦାରନାଥରେ ପହଞ୍ଚିଥିଲେ। ଏପର୍ଯ୍ୟନ୍ତ ପ୍ରାୟ ୭ ଲକ୍ଷ ଭକ୍ତ ଚାର ଧାମ ପରିଦର୍ଶନ କରିସାରିଛନ୍ତି।

Leave A Reply

Your email address will not be published.